ସୋର ୪।୯: ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶକୁ ଏନକାଉଣ୍ଟର କଲା ସୋର ପୋଲିସ । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅଡ଼ା ଛକ ନିକଟରେ ପୋଲିସର ଏନକାଉଣ୍ଟର । ଗୁରୁବାର ବିଳମ୍ବିତ ରାତିରେ ରାଣୀତାଲ-କୁପାରୀ ରୋଡରେ ପୋଲିସ ଓ ଦୁର୍ବୃତ୍ତଙ୍କ ମଧ୍ୟରେ ହୋଇଥିଲା ଗୁଳି ବିନିମୟ ।

ଦୁଇ ଜଣ ଦୁର୍ବୃତ୍ତ ରାସ୍ତାରେ ଯାଉଥିବା ବେଳେ ପୋଲିସ ସେମାନଙ୍କୁ ଅଟକାଇବାକୁ ଉଦ୍ୟମ କରିଥିଲା । ପୋଲିସକୁ ଦେଖି ଦୁର୍ବୃତ୍ତମାନେ ପ୍ରଥମେ ଗୁଳି ଚଳାଇଥିବା ଜଣାପଡିଛି । ପାଲଟା ଜବାବରେ ପୋଲିସ ମଧ୍ୟ ଗୁଳି ଚଳାଇଥିଲା । ଗୁଳି ବିନିମୟରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶଙ୍କ ଗୋଡରେ ଗୁଳି ବାଜିଛି । ଆହତ ଲୋକେଶଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି ।

Also Read:- ପୁଣି ଲଘୁଚାପ : ଗଭୀର ଅବପାତର ରୂପ ନେବ ! ଖୁବ୍ ଶୀଘ୍ର ଆସିବ ସ୍ପଷ୍ଟ ଚିତ୍ର

ତେବେ ଘଟଣାସ୍ଥଳରୁ ଅନ୍ୟ ଜଣେ ଦୁର୍ବୃତ୍ତ ଫେରାର ହୋଇଯାଇଛି । ଫେରାର ଅପରାଧୀକୁ ଧରିବା ପାଇଁ ପୋଲିସ ପକ୍ଷରୁ ତଲାସୀ ଜାରି ରହିଛି । ଘଟଣାସ୍ଥଳରେ ପୋଲିସ ମୁତୟନ ଥିବାବେଳେ ଏନକାଉଣ୍ଟର ଘଟଣାକୁ ନେଇ ତଦନ୍ତ ଚାଲିଛି । ଏ ନେଇ ସୂଚନା ଦେଲେ ବାଲେଶ୍ୱର ଏସପି ପ୍ରତ୍ୟୁଷ ଦିବାକର ।

Watch Video: