ନୂଆପଡ଼ା ୨୦।୧୧ : ବାତ୍ୟା ‘ଅକୱାନ’କୁ ଦୃଷ୍ଟିରେ ରଖି ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ । ବାତ୍ୟାର ସମ୍ଭାବ୍ୟ ପ୍ରଭାବ ଏବଂ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ନୂଆପଡ଼ା ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ଦୁଇ ଦିନ ପାଇଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଜାରି ହୋଇଛି।

ଜିଲ୍ଲାପାଳଙ୍କ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶ ଅନୁଯାୟୀ, ନଭେମ୍ବର ୨୦ ଓ ୨୧ ତାରିଖ ଦୁଇ ଦିନ ଜିଲ୍ଲାର ସମସ୍ତ ସ୍କୁଲ ଏବଂ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ବାତ୍ୟାଜନିତ ସମ୍ଭାବ୍ୟ ପାଣିପାଗ ପରିସ୍ଥିତିରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଶିକ୍ଷା କର୍ମଚାରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି।

Also Read:-ପାଖେଇ ଆସିଲା ଅକଭାନ୍ : କିଛି ଘଣ୍ଟାରେ ଆରମ୍ଭ ହୋଇଯିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା, ପ୍ରବଳ ବର୍ଷା ସହ ବହିବ ପବନ !

ଏହି ଘୋଷଣା ପରେ ନୂଆପଡ଼ା ଜିଲ୍ଲାର ଅଭିଭାବକ ଓ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଧାରିତ ଦୁଇ ଦିନ ପାଇଁ ଶିକ୍ଷାନୁଷ୍ଠାନ ଛୁଟି ରହିବା ସମ୍ପର୍କରେ ସୂଚନା ମିଳିଛି। ତେବେ ବାତ୍ୟା ପରିସ୍ଥିତିକୁ ନେଇ ଜିଲ୍ଲାବାସୀଙ୍କୁ ସତର୍କ ରହିବା ସହ ପ୍ରଶାସନ ପକ୍ଷରୁ ଜାରି ହେଉଥିବା ନିର୍ଦ୍ଦେଶ ଓ ପରାମର୍ଶ ପାଳନ କରିବାକୁ ଅନୁରୋଧ କରାଯାଉଛି।