ଭୁବନେଶ୍ବର ୨୧।୩: କରୋନା ଭାଇରସ୍ ସଂକ୍ରମଣ ରୋକିବା ଲାଗି ଆଜିଠାରୁ ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳରେ ଯୁଗ୍ମ-ଅଯୁଗ୍ମ ଫର୍ମୁଲା ଲାଗୁ ହେବ। ଦିଲ୍ଲୀ ଭଳି ଯୁଗ୍ମ ଅଯୁଗ୍ମ ବ୍ୟବସ୍ଥା ବ୍ୟବସ୍ଥା ଭୁବନେଶ୍ବରରେ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି ବିଏମସି। ରାଜଧାନୀରେ ବସ୍, ଟାକ୍ସି, ଅଟୋରିକ୍ସା ଯୁଗ୍ମ ଅଯୁଗ୍ମ ବ୍ୟବସ୍ଥାରେ ଚାଲିବ। ଆଜି ସର୍ବସାଧାରଣଙ୍କ ପାଇଁ ଉଦ୍ଦିଷ୍ଟ ବସ୍, ଟ୍ୟାକ୍ସି, ଅଟୋରିକ୍ସାର ଶେଷ ନମ୍ବର ୧, ୩, ୫, ୭ ଓ ୯ ଥିବ, ସେହି ଯାନବାହାନ ଗୁଡ଼ିକ ରାସ୍ତାରେ ଗଡ଼ିପାରିବ ।
ସେହିପରି ବସ୍, ଟ୍ୟାକ୍ସି, ଅଟୋରିକ୍ସାର ଶେଷ ନମ୍ବର ୦, ୨, ୪, ୬ ଓ ୮ ଥିଲେ, ସେହି ପ୍ରକାର ଗାଡ଼ିଗୁଡ଼ିକ ରବିବାର ଯାତାୟତ କରିପାରିବ । ତେବେ ଘରୋଇ ଗାଡ଼ିଗୁଡ଼ିକୁ ଏହି ବ୍ୟବସ୍ଥାରୁ ବାଦ୍ ଦିଆଯାଇଛି। ହସ୍ପିଟାଲ୍ ଓ ସ୍ବାସ୍ଥ୍ୟସେବା ଯୋଗାଉଥିବା ଗାଡ଼ି ମଧ୍ୟ ଏହି କଟକଣାରୁ ବାଦ ପଡ଼ିବ। ଯୁଗ୍ମ-ଅଯୁଗ୍ମ ନମ୍ବରଯୁକ୍ତ ଯାନବାହାନ ଚଳାଚଳ ନିୟମ ବ୍ୟକ୍ତିଗତ ଗାଡ଼ି ଉପରେ ଲାଗୁ ହେବ ନାହିଁ । ସରକାରୀ ଗାଡ଼ି ଅଥବା ଜରୁରୀକାଳୀନ ପରିସ୍ଥିତିରେ ଭଡ଼ାରେ ନିଆଯାଉଥିବା ଗାଡ଼ିକୁ କୌଣସି ଅସୁବିଧା ହେବ ନାହିଁ ।