Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ରାହୁଲ ଗାନ୍ଧୀଙ୍କୁ ଅଯୋଗ୍ୟ ଘୋଷଣା କରିବା ପ୍ରତିବାଦରେ ବିକ୍ଷୋଭ କରୁଥିଲେ କଂଗ୍ରେସ ନେତା; ଉଠାଇନେଲା ଦିଲ୍ଲୀ ପୁଲିସ
  • ||
  • ଭାରତରେ ସମସ୍ତ ଇଞ୍ଜିନିୟରିଂ ଟିମ୍‌କୁ ଛଟେଇ କଲା GitHub; ୧୪୦ ଇଞ୍ଜିନିୟର ହେବେ ପ୍ରଭାବିତ
  • ||
  • ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ସୂଚନା; ୟୁକ୍ରେନ୍ ଫେରନ୍ତା ଡାକ୍ତରୀ ଛାତ୍ରଙ୍କୁ MBBS ପରୀକ୍ଷା ପାସ୍ କରିବାକୁ ମିଳିବ ଥରେ ସୁଯୋଗ, ଦୁଇ ବର୍ଷ ଇଣ୍ଟର୍ଣ୍ଣସିପ୍ ବାଧ୍ୟତାମୁଳକ
  • ||
  • ଭଦ୍ରକ: ଶ୍ରୀରାମନବମି ପାଇଁ ମହିଳା ଶ୍ରଦ୍ଧାଳୁଙ୍କ ବିଶାଳ କଳଶ ଶୋଭାଯାତ୍ରା
  • ||
  • ପାଟଣା: ଅଟେଇ ସଂରକ୍ଷିତ ଜଙ୍ଗଲରୁ ଧରାପଡ଼ିଲେ ଧନୁତୀରଧାରୀ ୯ ଶୀକାରି
  • ||
  • ମେକ୍ସିକୋରେ ପ୍ରବାସୀ ଥଇଥାନ କେନ୍ଦ୍ରରେ ଭୟଙ୍କର ଅଗ୍ନିକାଣ୍ଡ; ୩୯ ମୃତ, ଏକାଧିକ ଆହତ
  • ||
  • ସୁନ୍ଦରଗଡ : ଆୟକର ଫାଙ୍କିବା ଅଭିଯୋଗ, ସୁନ୍ଦରଗଡ ସହରର ବିଭିନ୍ନ ସ୍ଥାନରେ ଚଢାଉ
  • ||
  • ବାଲେଶ୍ବର : ଅନ୍ବେଷା ଇନ୍ ଚିଟ୍ ଫଣ୍ଡ ମାମଲା : ଡାଇରେକ୍ଟରଙ୍କୁ ୫ବର୍ଷ ଓ ଅନ୍ୟ ୨ଜଣଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ
  • ||
  • ବଢ଼ିଲା ପାନ୍‌-ଆଧାର ଲିଙ୍କ ଅବଧି, ଏତିକି ସମୟ ଦେଲେ କେନ୍ଦ୍ର ସରକାର
  • ||
  • ଆନନ୍ଦପୁର: ଟଙ୍କା ନେଣଦେଣକୁ ନେଇ ମହିଳାଙ୍କୁ ସଂଘବଦ୍ଧ ଆକ୍ରମଣ
  • ||

କୋଇଡ଼ା ବିଡ଼ିଓ ବିଧାୟକଙ୍କୁ ଦୁର୍ବ୍ୟବହାର ପ୍ରସଙ୍ଗରେ ଗୃହରେ ହଟ୍ଟଗୋଳ, ସାଢେ ୧୧ଟା ଯାଏଁ ଗୃହ ମୁଲତବୀ

18/03/2023 at 11:12 AM

ଭୁବନେଶ୍ବର ୧୮।୩: ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ।  କୋଇଡ଼ା ବିଡ଼ିଓ ବିଧାୟକଙ୍କୁ ଦୁର୍ବ୍ୟବହାର ପ୍ରସଙ୍ଗରେ ବିରୋଧୀ ସଦସ୍ୟଙ୍କ ନାରାବାଜି । ଗୃହର ମଧ୍ୟଭାଗକୁ ହୋହଲ୍ଲା କଲେ ବିରୋଧୀ । ଗୃହରେ ବଣାଇ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ସମର୍ଥନ କରି ବିଜେପି ଓ କଂଗ୍ରେସ ବିଧାୟକଙ୍କ ହଟ୍ଟଗୋଳ କରିଛନ୍ତି । ଦୀର୍ଘ ତିନି ଦିନ ଧରି ଏହି ପ୍ରସଙ୍ଗ ଲକ୍ଷ୍ମଣ ମୁଣ୍ଡା ଉଠାଉଥିବା ବେଳେ ସରକାର କୌଣସି ପଦକ୍ଷେପ ନ ନେଇଥିବାରୁ ଗୃହରେ ଅସନ୍ତୋଷ ପ୍ରକାଶ କରି ଗୃହ ମଧ୍ୟରେ ନାରାବାଜି ହୋଇଛି । ତୁରନ୍ତ ବିଡ଼ିଓଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଛି । ହଟ୍ଟଗୋଳ ଯୋଗୁଁ  ଦିନ ୧୧ଟା ୩୦ପର୍ଯ୍ୟନ୍ତ ବାଚସ୍ପତି ଗୃହ ମୁଲତବୀ ଘୋଷଣା କରିଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ଶନିବାର ବିଧାନସଭାରେ ପର୍ଯ୍ୟଟନ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ଲଘୁସଂଖ୍ୟା ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ, ମହିଳା ଓ ଶିଶୁ ବିକାଶ, ଅବକାରୀ, ଆଇନ, ମିଶନ ଶକ୍ତି, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ଆଦି ବିଭାଗ ଉପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ରହିଛି । ବିଭାଗୀୟ ମନ୍ତ୍ରୀ ବିଭାଗୀୟ ସମ୍ପର୍କିତ ପ୍ରଶ୍ନର ଉତ୍ତର ରଖିବେ । ଏହାସହ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ରହିଛି ।

   Related Posts