oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

ତୃତୀୟ ଦିନରେ ବି ଚାଲିପାରିଲାନି ଗୃହ : ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଲେ ବାଚସ୍ପତି

3/12/2021 at 12:15 PM

ଭୁବନେଶ୍ବର ୩୧୨: ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନରେ ବି ଗୃହ କାର୍ଯ୍ୟ ବାଧାପ୍ରାପ୍ତ । ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।  

ମମିତା ମେହେର ହତ୍ୟା ମାମଲାକୁ ନେଇ ଗୃହରେ ହଟ୍ଟଗୋଳ କରିଥିଲେ ବିରୋଧୀ । ପ୍ରଶ୍ନକାଳ ଆରମ୍ଭରୁ ଉଭୟ ବିଜେପି ଓ କଂଗ୍ରେସ ପକ୍ଷରୁ ହୋହଲ୍ଲା କରାଯାଇଥିଲା । ଗୃହର ମଧ୍ୟ ଭାଗକୁ ଆସି ହୋହଲ୍ଲା ଓ ନାରାବାଜି କରିଥିଲେ ବିରୋଧୀ ।  ଫଳରେ ଗୃହକୁ ଦିନ ସାଢେ ୧୧ ଯାଏଁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି । ପୁର୍ନବାର ଗୃହ କାର୍ଯ୍ୟ ଆରମ୍ଭରୁ ହଟ୍ଟଗୋଳ କରିଥିଲେ ବିରୋଧୀ । ଫଳରେ ଗୃହକାର୍ଯ୍ୟ ଚାଲିପାରିଲା ନାହିଁ ।  ଫଳରେ ଗୃହକୁ ପୁର୍ନବାର ୪ଟା ଯାଏଁ ମୁଲତବୀ ରଖିଛନ୍ତି ବାଚସ୍ପତି ।

ସେପଟେ ଗୃହ ବାହାରେ ବିରୋଧୀ ବିଜେପି ସଦସ୍ୟ ଅଭିନବ ପ୍ରତିବାଦ କରିଛନ୍ତି । ଗୃହକୁ ପବିତ୍ର କରିବାକୁ ଚାରିପାଖରେ ଗୋବର ପାଣି ଏବଂ ଗଙ୍ଗାଜଳ ଛିଞ୍ଚିଛନ୍ତି ବିଜେପି ସଦସ୍ୟ ।

   Related Posts