ଭୁବନେଶ୍ବର ୧୪।୨: ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ । ବିଧାନସଭାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଙ୍କ ଅଭିଭାଷଣରୁ ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି । ଅଭିଭାଷଣ ଆରମ୍ଭରୁ ସହିଦ ଓ ଦିବଂଗତ ନେତାଙ୍କ ବିୟୋଗରେ ଶୋକପ୍ରସ୍ତାବ ଆଗତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ଏହାପରେ ବଜେଟ୍ ଅଭିଭାଷଣରେ, ‘ମୋ ସରକାର’ କାର୍ଯ୍ୟକ୍ରମକୁ ପ୍ରଶଂସା କଲେ ରାଜ୍ୟପାଳ । ଲୋକଙ୍କ ସୁବିଧା ପାଇଁ ‘ମୋ ସରକାର’ ଆରମ୍ଭ କରାଯାଇଛି | ‘ମୋ ସରକାର’ ଲୋକଙ୍କ ସୁବିଧା ପାଇଁ ଆରମ୍ଭ ହୋଇଛି । ୫- ଟି ଜରିଆରେ ପ୍ରଶାସନକୁ ଅଧିକ କ୍ରିୟାଶୀଳ କରାଯାଇଛି । ଏହାଦ୍ବାରା ରାଜ୍ୟର ସ୍ବାସ୍ଥ୍ୟ, ଶିକ୍ଷା ଆଦି କ୍ଷେତ୍ରରେ ଅଧିକ ପ୍ରଗତି ହୋଇପାରିଛି ।
କେବଳ ଏତିକି ନୁହେଁ ରାଜ୍ୟ ସରକାରଙ୍କ କାଳିଆ ଯୋଜନାକୁ ମଧ୍ୟ ରାଜ୍ୟପାଳ ପ୍ରଶଂସା କରିଛନ୍ତି । ଆଉ କହିଛନ୍ତି କି, ଚାଷୀଙ୍କ ଆୟ ଦୁଇ ଗୁଣା ହୋଇଛି । ଛାତ୍ରଛାତ୍ରୀଙ୍କ ପାଇଁ କାଳିଆ ଛାତ୍ର ବୃତ୍ତି ଯୋଜନା ଲାଗୁ ହୋଇଛି । ସେହିଭଳି ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ମୋ ସରକାର ଗୁରୁତ୍ବ ଦେଉଛନ୍ତି । ଶ୍ରୀମନ୍ଦିରର ବିକାଶ ପାଇଁ ସରକାର ଗୁରୁତ୍ବ ଦେଉଛନ୍ତି, ଯାହାର ଝଲକ ନିକଟରେ ହୋଇଥିବା ଶ୍ରୀମନ୍ଦିରର ବିଭିନ୍ନ ସୌନ୍ଦର୍ଯ୍ୟକରଣ କାର୍ଯ୍ୟରୁ ଦେଖିବାକୁ ମିଳିଛି ।
ଠିକ୍ ସେହିପରି ଶ୍ରୀଲିଙ୍ଗରାଜ ମନ୍ଦିର ବିକାଶ ପାଇଁ ପଦକ୍ଷେପ ନେଉଛନ୍ତି ସରକାର । ଅନ୍ୟପଟେ ରାଜ୍ୟରେ ଦାରିଦ୍ର୍ୟ ଦୂର କରିବାକୁ ପଦକ୍ଷେପ ନିଆଯାଇଛି । ଉଠା ଜଳସେଚନ ଜରିଆରେ ଚାଷୀଙ୍କୁ ଜଳଯୋଗାଣ ଦିଗକୁ ଅଧିକ ଗୁରୁତ୍ବ ଦିଆଯାଇଛି। ରାଜ୍ୟର ୧୧ଟି ଜିଲ୍ଲାର ୫୫ ବ୍ଲକରେ ‘ଓଡ଼ିଶା ମିଲେଟ୍ ମିସନ୍’ ନାମକ ଏକ ଯୋଜନାର ଶୁଭାରମ୍ଭ ହୋଇଛି ବୋଲି ରାଜ୍ୟପାଳ କହିଛନ୍ତି ।
wp:html /wp:html