ଭୁବନେଶ୍ୱର, ୨୫/୦୯ : ଆଜି ହେଉଛି ମୋସୁମୀ ଅଧିବେଶନର ଚତୁର୍ଥ ଦିନ। ଗତ ତିନି ଦିନ ପରି ଆଜି ମଧ୍ୟ ଗୃହ ସରଗରମ ରହିବ। ଉଭୟ ବିରୋଧୀ ବିଜେଡି ଓ କଂଗ୍ରେସ ଏମଏମଡିଆର ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିବେ। ଫଳରେ ଆଜି ମଧ୍ୟ ଗୃହରେ ଅଚଳାବସ୍ଥା ଲାଗିରହି ପରେ।

ସେପଟେ ପ୍ରଶ୍ନକାଳରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ , ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବକଲ୍ୟାଣ , ଶିଳ୍ପ ବିଭାଗ ପରି ଗୁରୁତ୍ୱପୂର୍ଣ୍ଣ ବିଭାଗର ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ରହିଛି।