scan steel
web-baneer-728x90
1 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ପ୍ରମୁଖ ଖବର
  • ଉତ୍ତରକାଶୀ ଟନେଲରୁ ବଡ଼ ଖବର ।। ୧୭ ଦିନ ପରେ ଉଦ୍ଧାରରେ ମିଳିଲା ସଫଳତା ।। ସମସ୍ତ ୪୧ ଶ୍ରମିକ ଉଦ୍ଧାର ।। ସୁଡ଼ଙ୍ଗରେ ଶ୍ରମିକଙ୍କ ଉଦ୍ଧାର କାର୍ଯ୍ୟ ଶେଷ ।। ୧୭ ଦିନ ପରେ ସୁଡ଼ଙ୍ଗରୁ ସକୁଶଳ ଉଦ୍ଧାର ହେଲେ ୪୧ ଶ୍ରମିକ ।। ଉଦ୍ଧାର ସମସ୍ତ ୪୧ ଜଣ ଶ୍ରମିକଙ୍କୁ ସେମାନଙ୍କ ପରିବାର ସହ ପଠାଗଲା ହସ୍ପିଟାଲ
  • ||

ସେପ୍ଟେମ୍ବର ୨୧ରେ ବାଚସ୍ପତି ନିର୍ବାଚନ, ୨୨ରେ ବିଧାନସଭା ଅଧିବେଶନ

31/08/2023 at 11:56 AM

Odisha Assembly

ଭୁବନେଶ୍ୱର ୩୧।୦୮: ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ । ଅକ୍ଟୋବର ୪ ଯାଏଁ ଚାଲିବ ମୌସୁମୀ ଅଧିବେଶନ । ଏଥର ଅଧିବେଶନରେ ମୋଟ ୧୩ ଦିନର କାର୍ଯ୍ୟ ଦିବସ ରହିଛି । ଏନେଇ ବିଧାନସଭା ସୁତ୍ରରୁ ମିଳିଛି ସୂଚନା ।

ଖବର ଅନୁଯାୟୀ, ସେପ୍ଟେମ୍ବର ୨୧ରେ ପ୍ରଥମେ ବାଚସ୍ପତି ନିର୍ବାଚନ ହେବ । ସେପ୍ଟେମ୍ବରରେ ନାମାଙ୍କନ ଦାଖଲ ପାଇଁ ତାରିଖ ଧାର୍ଯ୍ୟ କରାଯାଇଛି । ତେବେ ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ବାଚସ୍ପତି ନିର୍ବାଚନ ହେବା ନେଇ ସୂଚନା ମିଳିଛି । ଏହାପରେ ସେପ୍ଟେମ୍ବର ୨୨ରେ ମୌସୁମୀ ଅଧିବେଶନର ଆରମ୍ଭ ହେବ । ଏହି ଅଧିବେଶନରେ ମୋଟ ୧୩ ଦିନର କାର୍ଯ୍ୟ ଦିବସ ରହିଛି । ଏହାପରେ ସେପ୍ଟେମ୍ବର ୩ରେ ଆସିବ ଅତିରିକ୍ତ ବଜେଟ । ଏନେଇ ବିଧାନସଭା ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ ।

ସେପଟେ ପରବର୍ତ୍ତ ବାଚସ୍ପତି କିଏ ହେବ ? ସେନେଇ ଚର୍ଚ୍ଚା ଆଲୋଚନା ଚାଲିଛି । ଜଣେ ମହିଳାଙ୍କ ରାଜ୍ୟର ପରବର୍ତ୍ତୀ ବାଚସ୍ପତି ହେବା ନେଇ ଚର୍ଚ୍ଚା ଜୋର ଧରିଛି । ହେଲେ ଏବେ ଯାଏଁ କୌଣସି ସ୍ପଷ୍ଟ ସୂଚନା ମିଳିଛି । ବାଚସ୍ପତି ପଦରୁ ବିକ୍ରମ ଆରୁଖଙ୍କ ଇସ୍ତଫା ଦେବା ପରଠାରୁ ଖାଲି ପଡିଛି ଏହି ପଦ ।

   Related Posts