ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ : ପର୍ଯ୍ୟଟନ, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରସ୍ତାବ ଉପରେ ଲାଗିପାରେ ମୋହର
7/06/2020 at 7:06 AM

ଭୁବନେଶ୍ବର ୭।୬: ରାଜ୍ୟ ସରକାରଙ୍କ ପଞ୍ଚମ ପାଳିର ଦ୍ବିତୀୟବର୍ଷର ପ୍ରଥମ କ୍ୟାବିନେଟ୍ ବୈଠକ ଆଜି ଅନୁଷ୍ଠିତ ହେବ। ଦିନ ସାଢେ ଗୋଟାଏରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ କ୍ୟାବିନେଟ୍ ବୈଠକ।
କ୍ୟାବିନେଟରେ ସ୍ବାସ୍ଥ୍ୟ, ଶ୍ରମ, ଅର୍ଥ, କୃଷି, ଶିଳ୍ପ, ପଞ୍ଚାୟତିରାଜ ଓ ସାଧାରଣ ପ୍ରଶାସନ ବିଭାଗର କେତେକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆସିବାର ସମ୍ଭାବନା ରହିଛି । ପର୍ଯ୍ୟଟନ ବିଭାଗ ଏବଂ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର କେତୋଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆସିପାରେ ।
କରୋନା ମୁକାବିଲା ଓ ପ୍ରବାସୀଙ୍କ ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଆଜିର କ୍ୟାବିନେଟର ବହୁ ଗୁରୁତ୍ବ ରହିଛି ବୋଲି କୁହାଯାଉଛି ।
Related Posts
ପୂର୍ବ ଶତୃତାରୁ ମରଣାନ୍ତରକ ଆକ୍ରମଣ; ଅଭିଯୁକ୍ତ ଗିରଫ
4 February 2023
ବାଘ ମଣିଷ ମୁହାଁମୁହିଁ : ଗୁରୁତର ଯୁବକ ଡାକ୍ତରଖାନାରେ ଭର୍ତ୍ତି
4 February 2023