ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

ନବ ଦାସଙ୍କୁ ଗାର୍ଡ ଅଫ୍ ଅନର, ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ କଲେ ଅନ୍ତିମ ଦର୍ଶନ

30/01/2023 at 9:27 AM

ଭୁବନେଶ୍ୱର ୩୦।୦୧ : ଝାରସୁଗୁଡ଼ାରେ ହେବ ନବ ଦାସଙ୍କ ଶେଷକୃତ୍ୟ । ଏହିକ୍ରମରେ ନବ ଦାସଙ୍କ ବାସଭବନରେ ଆସି ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ । ଏହାବ୍ୟତୀତ ବହୁ ରାଜନେତା ଓ ମନ୍ତ୍ରୀ ମଧ୍ୟ ଶେଷ ଦର୍ଶନ କରିଛନ୍ତି । ଏହାପରେ ନବ ଦାସଙ୍କ ମରଶରୀରକୁ ବିଜେଡି ରାଜ୍ୟ କାର୍ଯ୍ୟାଳୟ ଓ ପରେ ଝାରସୁଗୁଡ଼ା ଅଭିମୁଖେ ନିଆଯିବା । ସେଠାରେ ହିଁ ତାଙ୍କର ଶେଷକୃତ୍ୟ ସଂପର୍ଣ୍ଣ କରାଯିବ । ସେହିପରି ଭୁବନେଶ୍ୱର ସ୍ଥିତ ବାସଭବନରେ ନବ ଦାସଙ୍କୁ ଓଡିଶା ପୋଲିସ ପକ୍ଷରୁ ଗାର୍ଡ ଅଫ୍‌ ଅନର ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରବିବାର ଦିନ ଝାରସୁଗୁଡ଼ାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିବା ବେଳେ ପୋଲିସ ଏଏସ୍‌ଆଇ ଗୋପାଳ ଦାସ ଗୁଳି କରିଥିଲେ । ଯେଉଁଥିରେ ନବ ଦାସ ହିଁ ଘଟଣାସ୍ଥଳରେ ଟଳିପଡିଥିଲେ । ଏହାପରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ଥିବାରୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲକୁ ଏୟାରଲିଫ୍ଟ କରାଯାଇଥିଲା । ସ୍ୱତନ୍ତ୍ର ବିମାନ ଯୋଗେ ନବ ଦାସଙ୍କୁ ଏୟାରଲିଫ୍ଟ କରାଯାଇଥିଲା । ଭୁବନେଶ୍ୱରରେ ପହଞ୍ଚିବା ପରେ ଗ୍ରୀନ୍‌ କରିଡରରେ ନବ ଦାସଙ୍କୁ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଯେଉଁଠାରେ ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌ ଲଗାତର ଭାବେ ନବ ଦାସଙ୍କ ଚିକିତ୍ସା ଲାଗି ଆପ୍ରାଣ ଉଦ୍ୟମ କରିଥିଲେ । ହେଲେ ଶେଷରେ ଡାକ୍ତରଙ୍କ ଶତ ଚେଷ୍ଟା ହୋଇଥିଲା ବିଫଳ । ଆଉ ମେଡିକାଲରେ ହିଁ ଆଖିବୁଜିଥିଲେ ନବ ଦାସ ।

ଅଧିକ ପଢନ୍ତୁ :

   Related Posts