ଝାରସୁଗୁଡା ଲଖନପୁରରେ ଡଙ୍ଗାବୁଡି ଘଟଣା : ମୃତକଙ୍କ ପରିବାର ପାଇଁ ୪ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ଘୋଷଣା

Published By : Prameya-News7 Bureau | April 19, 2024 IST

ଝାରସୁଗୁଡା ୧।୪: ଝାରସୁଗୁଡା ଜିଲ୍ଲା ଲଖନପୁରର ଶରଧାରେ ମହାନଦୀରେ ଏକ ନୌକା ଦୁର୍ଘଟଣାରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ଏହାସହିତ ଉଦ୍ଧାର କରାଯାଇଥିବା ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଘଟଣାସ୍ଥଳରେ RDC ଝାରସୁଗୁଡା ଜିଲ୍ଲାପାଳ ଓ ଏସ୍‌ପି ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି । ଉଦ୍ଧାର କାର୍ଯ୍ୟରେ ସମନ୍ୱୟ ପାଇଁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବ ଓ SRCଙ୍କୁ ନିର୍ଦେଶ ଦେଇଛନ୍ତି । ନିଖୋଜ ମାନଙ୍କୁ ଉଦ୍ଧାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ ଜଣ ସ୍କୁବା ଡାଇଭର ଓ ୨ ଟି ସର୍ଚ୍ଚ କ୍ୟାମେରା ବିମାନ ଯୋଗେ ଝାରସୁଗୁଡା ପଠାଯାଉଛି । 

ସୂଚନାଯୋଗ୍ୟ ଯେ, ନୌକାରେ ଥିବା ସମସ୍ତ ଯାତ୍ରୀ ଛତିଶଗଡ ଖରସେନି ଅଂଚଳର ଏବଂ ବୁଲିବା ପାଇଁ ଆମ୍ବଭୋନା ବ୍ଲକର ପଥର ସେନିକୁ ଯାଉଥିଲେ ।

You Can Read :

ମହାନଦୀରେ ଡ଼ଙ୍ଗା ବୁଡି ଜଣେ ମୃତ, ୬ ନିଖୋଜ ; ଡଙ୍ଗାରେ ଥିଲେ ୫୦ ଜଣ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.