ଭୁବନେଶ୍ବର ୨୯।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ପ୍ରକଳ୍ପ ଦୁଇଟି ହେଉଛି – କଳାହାଣ୍ଡି ଜିଲ୍ଲା ମୁରଲିଜୋର ଉପରେ ମୁରଲିଝର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଏବଂ ମୟୁରଭଞ୍ଜ ଗଙ୍ଗାହର ନଦୀ ଉପରେ ଦାମୋଦରପୁର ନଦୀଗର୍ଭ ଜଳାଶୟ ପ୍ରକଳ୍ପ । ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ସମୁଦାୟ ୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ କଳାହାଣ୍ଡି ମୁରଲୀଝର ପ୍ରକଳ୍ପ ପାଇଁ ୪୧.୨୫ କୋଟି, ମୟୁରଭଞ୍ଜ ଦାମୋଦରପୁର ପ୍ରକଳ୍ପ ପାଇଁ ୪୫ କୋଟି ମଞ୍ଜୁର ହୋଇଛି ।
ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ । ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ।
ଏହାଦ୍ବାରା କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଏବଂ ମୟୁରଭଞ୍ଜ ଜିଲ୍ଲା ବଡସାହି ବ୍ଲକର ଜନସାଧାରଣ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ଏହା ବିଶେଷ ସହାୟକ ହେବ ।
You Can Read :