‘ଓଡ଼ିଶା ଟେକ୍ସ ୨୦୨୫’ ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଯୋଗଦେଲେ ୩ ଶହରୁ ଅଧିକ ଶିଳ୍ପପତି

Published By : Prameya-News7 Bureau | July 25, 2025 IST

ଭୁବନେଶ୍ବର ୨୫।୭: ଟେକ୍ସଟାଇଲ ଶିଳ୍ପର ବିକାଶ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ଲୋକସେବା ଭବନ କନଭେନସନ ହଲ୍‌ରେ ଆରମ୍ଭ ହେଲା ‘ଓଡ଼ିଶା ଟେକ୍ସ ୨୦୨୫’ । ଏହି ଶିଳ୍ପ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଓ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଉପସ୍ଥିତ ରହିଛନ୍ତି । 

ଏହି କାର୍ଯ୍ୟକ୍ରମରେ ୩୦୦ରୁ ଅଧିକ ଶିଳ୍ପପତି ଯୋଗ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬ ଗୋଟି ଟେକ୍ସଟାଇଲ୍ ଓ ଆପାରେଲ୍ ପାର୍କର ଉଦଘାଟନ କରିବେ । ଏହାସହ ଏକାଧିକ ଏମଓୟୁ ସ୍ବାକ୍ଷରିତ ହେବ । ଯାହାଦ୍ୱାରା ୧୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆସିବା ସହିତ ୨୫ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । 

ଏହି ସମ୍ମିଳନୀର ମୂଳ ଲକ୍ଷ୍ୟ ଟେକ୍ସଟାଇଲ୍ ଓ ଆପାରେଲ୍ ଉତ୍ପାଦନ କ୍ଷେତ୍ରରେ ଦେଶରେ ଅଗ୍ରଣୀ ରାଜ୍ୟରେ ପରିଣତ ହେବ ଓଡ଼ିଶା । ସମୃଦ୍ଧ ଓଡ଼ିଶା ୨୦୩୬ ଦିଗରେ ଏହା ଏକ ଦୃଢ଼ ପଦକ୍ଷେପ ହେବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି ।


You Can Read:

ମୟୁରଭଞ୍ଜ ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା : ବର୍ଷା ସ୍ଥିତିକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.