ଭୁବନେଶ୍ୱର ୦୨।୧୧ : ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପ ମୁଖ୍ୟମନ୍ତ୍ରୀ କେଭି ସିଂହ ଦେଓ ଏବଂ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧ୍ୟ ଯିବାର କାର୍ଯ୍ୟକ୍ରମ ରହିଛି ।

ଖବର ଅନୁଯାୟୀ, ସୋମବାର ସନ୍ଧ୍ୟାରେ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୋହନ ମାଝୀ । ମଙ୍ଗଳବାର ଦିଲ୍ଲୀ ଭାରତ ମଣ୍ଡପମରେ ହେବାକୁ ଥିବା ଅକ୍ଷୟ ଶକ୍ତି ସମିଟ୍ ୨୦୨୬ରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଏବଂ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବେ ।

Also Read:-ଆଜି ରାତିରେ ମାଡ଼ ହେବ ବାତ୍ୟା : ୧୩୦ କିମି ବେଗରେ ପବନ ! ଓଡ଼ିଶାରେ ପୁଣି ଜଳପ୍ରଳୟ ଆଶଙ୍କା

ସେହିପରି ଏହି କାର୍ଯ୍ୟକ୍ରମରେ ପରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ବନ୍ୟା ସ୍ଥିତି ନେଇ ବି କେନ୍ଦ୍ର ସରକାର ଏବଂ କେନ୍ଦ୍ର ମନ୍ତ୍ରୀଙ୍କ ସହ ଆଲୋଚନା କରିପାରନ୍ତି । ରାଜ୍ୟର କ୍ଷୟକ୍ଷତି ସଂପର୍କରେ ସବିଶେଷ ତଥ୍ୟ ଦେଇପାରନ୍ତି ବୋଲି ଅନୁମାନ କରାଯାଉଛି । କିନ୍ତୁ ବର୍ତ୍ତମାନ ଯାଏଁ ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।