ଭୁବନେଶ୍ବର ୧୬/୬: ଚଳିତ ବର୍ଷ ଘୋଷଯାତ୍ରା କେମିତି ଶୃଙ୍ଖଳିତ ଢଙ୍ଗରେ ହେବ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବୈଠକ ପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଉଭୟ ଯାତ୍ରା ଓ ସମନ୍ବୟ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଛି । ଆଗକୁ ନୀତିକାନ୍ତି ନେଇ ସେବାୟତ ଓ ପରିଚାଳନା କମିଟି ସହ ବୈଠକ ହେବ । ସେହିପରି ଶ୍ରୀମନ୍ଦିର ୪ ଦ୍ବାର ଖୋଲିବା ପରେ ଭିଡ ଉପରେ ପ୍ରତିକ୍ରିୟା ରଖି କହିଛନ୍ତି ଛୁଟି ଦିନ ଥିବାରୁ ଅଧିକ ଭିଡ ହେଉଛି । ତେବେ ଏଯାଏ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇନି । ଆଗକୁ ଶୃଙ୍ଖଳିତ ଦର୍ଶନ ପାଇଁ ସମସ୍ତ ବ୍ୟବସ୍ଥା କରାଯିବ । ସମସ୍ତଙ୍କ ସହଯୋଗ ରହିଲେ ଦର୍ଶନ ବ୍ୟବସ୍ଥିତ ହେବ ।
ରାଜ୍ୟ ଅତିଥି ଭବନରେ ବସିଥିବା ଗୁରୁତ୍ବପୂର୍ଣ୍ଣ ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଶ୍ରୀମନ୍ଦିର ପ୍ରଶାସକ, ପୁରୀ ଜିଲ୍ଲାପାଳ, ପୋଲିସ ଡିଜି ଅରୁଣ ଷଡଙ୍ଗୀ, ଗୁଇନ୍ଦା ନିର୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ,ରାଜ୍ୟର ବରିଷ୍ଠ ପ୍ରଶାସନିକ ଓ ଅଧିକାରୀ ସାମିଲ ଥିଲେ ।
ଜୁନ ୨୨ରେ ଶ୍ରୀଜିଉଙ୍କ ସ୍ନାନଯାତ୍ରା ଓ ଜୁଲାଇ ୭ରେ ଘୋଷଯାତ୍ରା ପଡୁଛି । ତେବେ ୧୫ ଦିନ ବଦଳରେ ୧୩ ଦିନ ହେବ ଅଣସର ନୀତି । ରଥଟଣା ପାଇଁ ହାତରେ ୨ ଦିନ ସମୟ କମ ଥିବାରୁ ନୀତିକାନ୍ତି ନେଇ ଚିନ୍ତାରେ ପଡ଼ିଛନ୍ତି ସେବାୟତ । ଶୃଙ୍ଖଳିତ ନୀତି ପାଇଁ ସମସ୍ତ ସେବାୟତଙ୍କ ସହଯୋଗ ମଧ୍ୟ ଲୋଡ଼ାଯାଇଛି ।