ଭୁବନେଶ୍ୱର ୦୧।୦୯ : ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ସନ୍ଧ୍ୟାରେ ଦିଲ୍ଲୀ ଗସ୍ତ କରିବେ। ଜଳଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ହେଉଥିବା ଶିଖର ସମ୍ମିଳନୀ ଉଦଯାପନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଆସନ୍ତାକାଲି ଯୋଗଦେବେ। ଜଳଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ପ୍ରଥମ ଥର ପାଇଁ ସେପ୍ଟେମ୍ବର ୧ ଓ ୨ ତାରିଖ ଦୁଇଦିନ ଧରି ଏଭଳି ଶିଖର ସମ୍ମିଳନୀ ଆୟୋଜନ କରାଯାଉଛି। ଆସନ୍ତାକାଲି ଉଦଯାପନ ଅଧିବେଶନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଜଳ ସମ୍ପଦ ମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Also Read:-ଭାଙ୍ଗିବ ପ୍ରତାପ ଷଡ଼ଙ୍ଗୀଙ୍କ ଚାଳଘର, ତିଆରି ହେବ କୋଠା ! ଖୁବ୍ ଶୀଘ୍ର ନିର୍ମାଣ କାର୍ଯ୍ୟ