ଦୁର୍ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ, ସ୍ଥିତି ଅନୁଧ୍ୟାନ ସହ ଆହତଙ୍କୁ ଭେଟିଲେ

Published By : Prameya-News7 Bureau | June 03, 2023 IST

ଭୁବନେଶ୍ୱର ୦୩/୦୬: ଦୁର୍ଘଟଣା ପରେ ବାଲେଶ୍ୱର ବାହାନଗା ଷ୍ଟେସନରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ପହଞ୍ଚି ଘଟଣାର ସ୍ଥିତି ଅନୁଧ୍ୟାନ କରୁଛନ୍ତି । ଏହାସହ ସେଠାରେ ଥିବା ଆହତଙ୍କୁ ମଧ୍ୟ ଭେଟିଛନ୍ତି ।

wp:html /wp:html

ସେଠାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ପହଞ୍ଚି ସ୍ଥିତି ସମୀକ୍ଷା କରିବାର ସୂଚନା ରହିଛି । ବର୍ତ୍ତମାନ ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟ ସହ ଆହତଙ୍କୁ ତୁରନ୍ତ ଚିକିତ୍ସା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଉଛି । ଏହାସହ ମୃତକ ଓ ଆହତଙ୍କ ପରିବାର ସହ ଯୋଗାଯୋଗ ସ୍ଥାପନ କରାଯିବା ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି କହିଛନ୍ତି ସେଠାରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିସାରିଥିବା ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।

ଆହୁରି ପଢନ୍ତୁ....

wp:embed {"url":"https://www.prameyanews7.com/railway-minister-reaction/","type":"wp-embed","providerNameSlug":"prameya-news-7"}
https://www.prameyanews7.com/railway-minister-reaction/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.