ଭୁବନେଶ୍ୱର: ଆସୁଥିବା ବାତ୍ୟା ଓ ବର୍ଷାର ମୁକାବିଲା ଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି ସରକାର। ଏନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୁଜାରୀ କହିଛନ୍ତି ଯେ ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ। ଭୟଭୀତ ହେବାର ଆବଶ୍ୟକ ନାହିଁ। NDRF ଓ ଓଡ୍ରାଫ ସହ ଜରୁରୀକାଳୀନ ବିଭାଗକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମ୍ଭାବ୍ୟ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସଜାଗ ରହିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ସବିଶେଷ ତଥ୍ୟ ନେବା ପାଇଁ ସୋମବାର ୧୧ଟାରେ ବୈଠକ ଡକାଯାଇଛି।
ବାତ୍ୟା ମୁକାବିଲା ପାଇଁ ମୁଖ୍ୟ ଶାସନ ସଚିବ ଅଧ୍ୟକ୍ଷତାରେ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଥିଲା। ଲୋକସେବା ଭବନରେ ଆଜି ଅପରାହ୍ନରେ ବୈଠକ ବସିଥିଲା। ସମସ୍ତ ବରିଷ୍ଠ ଅଧିକାରୀଙ୍କ ସମେତ ବିଭାଗୀୟ ସଚିବ ମାନଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ରାଜସ୍ୱ, ଶକ୍ତି, କୃଷି, ଜଳସମ୍ପଦ, ଗ୍ରାମ୍ୟ ଉନ୍ନୟନ ଭଳି ବିଭିନ୍ନ ବିଭାଗର ସଚିବ ମାନେ ଉପସ୍ଥିତ ଥିଲେ।