ଭୁବନେଶ୍ବର ୧୧।୯: ଓଡ଼ିଶାର ଶିଳ୍ପ ବିକାଶର ପରବର୍ତ୍ତୀ ପର୍ଯ୍ୟାୟରେ ୟୁଏଇ ନିବେଶକ ମାନଙ୍କୁ ସହଭାଗୀ ହେବା ପାଇଁ ଆହ୍ୱାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁବାଇରେ ଆୟୋଜିତ Odisha Investors’ Meet – UAE 2026ରେ ପ୍ରାୟ ୪୦୦ ଜଣ ବ୍ୟବସାୟୀ, ନିବେଶକ ଓ ୟୁଏଇ ବ୍ୟବସାୟିକ ସମୁଦାୟର ପ୍ରତିନିଧି ଯୋଗଦେଇଥିଲେ ।

ମୁଖ୍ୟମନ୍ତ୍ରୀ ଓଡ଼ିଶାର ପ୍ରାକୃତିକ ସମ୍ପଦ, ପ୍ରତିଯୋଗିତାମୂଳକ ଶକ୍ତି, ବନ୍ଦର, ଶିଳ୍ପ ଭିତ୍ତିଭୂମି, ଦକ୍ଷ ମାନବ ସମ୍ବଳ ଓ ନିବେଶ ଅନୁକୂଳ ପରିବେଶକୁ ନିବେଶକଙ୍କ ସମ୍ମୁଖରେ ଉପସ୍ଥାପନ କରିଥିଲେ । LNG ଷ୍ଟୋରେଜ୍, ଗ୍ରୀନ୍ ଏନର୍ଜି, AI ଡାଟା ସେଣ୍ଟର, ରେୟାର୍ ଆର୍ଥ୍, ଜାହାଜ ମରାମତି, ପ୍ରୋପେଲାଣ୍ଟ ଉତ୍ପାଦନ, ସାର ଓ ରସାୟନ, ହାଉସିଂ, ଷ୍ଟିଲ୍ ଓ ଡାଉନଷ୍ଟ୍ରିମ୍ ଶିଳ୍ପ ଭଳି କ୍ଷେତ୍ରରେ ନିବେଶ ସୁଯୋଗ ଉପରେ ଆଲୋଚନା ହୋଇଥିଲା ।

ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ସରକାରଙ୍କ ‘Speed, Certainty and Execution’ ନୀତି ଉପରେ ଗୁରୁତ୍ୱ ଦେଇ ନିବେଶକମାନଙ୍କୁ ପ୍ରକଳ୍ପର ପ୍ରତ୍ୟେକ ପର୍ଯ୍ୟାୟରେ ସରକାରୀ ସହଯୋଗର ଆଶ୍ୱାସନ ଦେଇଥିଲେ । କାର୍ଯ୍ୟକ୍ରମରେ ବରିଷ୍ଠ ସରକାରୀ ଅଧିକାରୀ, ଭାରତୀୟ କୂଟନୈତିକ ପ୍ରତିନିଧି ଓ ୟୁଏଇର ପ୍ରମୁଖ ଶିଳ୍ପପତିମାନେ ଉପସ୍ଥିତ ଥିଲେ ।

Also Read:- ହାତରେ ଛୁରି, ସୋସିଆଲ ମିଡିଆରେ ରିଲ୍ସ; ୮ ଜଣଙ୍କୁ ଧରିଲା ଝାରସୁଗୁଡ଼ା ପୋଲିସ

 

ଦୁବାଇ ରୋଡ୍ ଶୋ’ ଓଡ଼ିଶା-ୟୁଏଇ ଆର୍ଥିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ସହ ରାଜ୍ୟରେ ପୁଞ୍ଜି, ପ୍ରଯୁକ୍ତି, ଶିଳ୍ପ ଓ ନିଯୁକ୍ତି ସୃଷ୍ଟି ପାଇଁ ନୂଆ ସୁଯୋଗ ସୃଷ୍ଟି କରିଛି ।