ପୁଞ୍ଜିନିବେଶରେ ଓଡ଼ିଶା ଆଗରେ, ଜାତୀୟ ହାର ୨୨ ପ୍ରତିଶତ ଥିବାବେଳେ ରାଜ୍ୟରେ ରହିଛି ୪୫ରୁ ୪୭ ପ୍ରତିଶତ
24/03/2023 at 12:26 PM

ଭୁବନେଶ୍ୱର ୨୪/୦୩: ପୁଞ୍ଜିନିବେଶରେ ଓଡିଶା ଜାତୀୟ ହାର ଠାରୁ ଅଧିକ । ଜାତୀୟ ହାର ୨୨ ପ୍ରତିଶତ ଥିବାବେଳେ ଓଡ଼ିଶାରେ ୪୫-୪୭% ରହିଛି । ରାଜ୍ୟରେ ନୂତନ ଶିଳ୍ପ ନୀତି ୨୦୨୨ ଗତ ଡିସେମ୍ବରରୁ ପ୍ରାଣୟନ ହେଉଛି । ମେକ ଇନ ଓଡ଼ିଶା ୨୦୨୨ ଜରିଆରେ ୭୪୧ ଶିଳ୍ପ ପାଇଁ ଆଗ୍ରହ ପ୍ରସ୍ତାବ ଆସିଛି । ଏହା କାର୍ଯ୍ୟକ୍ଷମ ହେଲେ ୧୦ ଲକ୍ଷ ୪୮ ହଜାର ୮୦୭ କୋଟି ପୁଞ୍ଜି ନିବେଶ ଆସିବ । ଏଥିରେ ୧୦ ଲକ୍ଷ ୩୭ ହଜାର୮୦୧ ନିଯୁକ୍ତି ସୃଷ୍ଟି ହେବ ।
ଏଯାଏ ୧୫୬ ବୃହତ ଶିଳ୍ପ ଆଂଶିକ ଓ ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇଛି । ୭ ଟି ବୃହତ ଶିଳ୍ପ downstream alluminium କାର୍ଯ୍ୟକାରୀ ହେଉଛି । ପ୍ଲାଣ୍ଟ ଲେବେଲ advisory କମିଟି ଓ ପ୍ଲାଣ୍ଟ ଲେବେଲ consultative କମିଟି ଜରିଆରେ ଜିଲ୍ଲା ସ୍ତରରେ ଅନୁମୋଦନ ମିଳୁଛି । ମେକ୍ ଇନ ଓଡ଼ିଶା ୨୦୧୬ ରେ ୮୪ ଶିଳ୍ପ ପ୍ରସ୍ତାବ ଆସିଥିଲା । ଯାହା ୨ ଲକ୍ଷ ୩୨ ହଜାର ୩୫ କୋଟିର ପୁଞ୍ଜି ନିବେଶ ଲକ୍ଷ୍ୟ ଥିଲା । ୫୮ ଶିଳ୍ପକୁ ଅନୁମୋଦନ ମିଳିଥିଲା । ୨୭ ଶିଳ୍ପ କାମ ଚଳାଇଛନ୍ତି । ୪ଟି ଶିଳ୍ପ ଉତ୍ପାଦନ ଆରମ୍ଭ କରିଥିବାବେଳେ ୮ଟି ଖୁବ ଶୀଘ୍ର ଉତ୍ପାଦନ ଆରମ୍ଭ କରିବେ ।
ସେହିପରି ମେକ ଇନ ଓଡ଼ିଶା ୨୦୧୮ରେ ୨୦୨ ଶିଳ୍ପ ପ୍ରସ୍ତାବ ଆସିଥିଲା । ଯାହା ୪ ଲକ୍ଷ ୨୩ ହଜାର ୧୧୫ କୋଟିର ନିବେଶ ଲକ୍ଷ୍ୟ ଥିଲ । ୧୦ ଶିଳ୍ପକୁ ଅନୁମୋଦନ ମିଳିଛି, ୭୧ ଶିଳ୍ପର କାମ ଚାଲିଛି । ୧୧ ଶିଳ୍ପ ଉତ୍ପାଦନ ଆରମ୍ଭ କରିଛନ୍ତି । ତେବେ କ୍ୟାପିଟାଲ ଇଣ୍ଡଷ୍ଟ୍ରିରେ ନିଯୁକ୍ତି କମିବାର କାରଣ ହେଉଛି ଯେ ବଡ଼ ବଡ଼ ଶିଳ୍ପ ସଂସ୍ଥା ଟେକନୋଲୋଜି ବ୍ୟବହାରକୁ ଗୁରୁତ୍ୱ ଦେଉଛନ୍ତି । ମାନବ ସମ୍ବଳ ନୁହେଁ । କାରଣ ସେମାନେ କୋଟି କୋଟି ଟଙ୍କା ନିବେଶ କରିଛନ୍ତି । ଏପରି ସ୍ଥିତିରେ downstream ଇଣ୍ଡଷ୍ଟ୍ରି ଆବଶ୍ୟକ । ଏଥିପାଇଁ ୩୬ ଶିଳ୍ପ ସଂସ୍ଥା ସହ ଚୁକ୍ତି ହୋଇଛି । ଯେଉଁଥିରେ ଅଧିକାଂଶ ଜାମସେଦପୁରର । ସେମାନଙ୍କୁ କଳିଙ୍ଗନଗରରେ ଜାଗା ଦିଆଯାଇଛି ଓ ସେମାନେ କାମ ଆରମ୍ଭ କରିଥିବା ନେଇ ଗୃହରେ ଉତ୍ତର ରଖିଲେ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ। ସେହିପରି ପାରାଦ୍ୱୀପକୁ ପେଟ୍ରୋକେମିକାଲ ହବ କରାଯିବ ।