oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: ରେଶମ ସହରରେ ବେଧଡ଼କ ଚାଲିଛି ଧଳାଜହର କାରବାର, ଜଣେ ମହିଳା ଗିରଫ
  • ||
  • ରାୟଗଡା : ବନ୍ଦ ହେଲା ରାଜ୍ୟର ଦ୍ୱିତୀୟ ଝୁଲାପୋଲ, ସୁରକ୍ଷା ଦୃଷ୍ଟିରୁ ପ୍ରଶାସନର ନିଷ୍ପତ୍ତି
  • ||
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ଖବରକାଗଜ ହକରମାନଙ୍କୁ ହକ୍ ଦେଲେ ମୁଖ୍ୟମନ୍ତ୍ରୀ, ୭୩୦୦ ପଞ୍ଜୀକୃତ ହକର ଉପକୃତ

23/12/2021 at 1:12 PM

ଭୁବନେଶ୍ବର ୨୩।୧୨: ରାଜ୍ୟର ଖବର କାଗଜ ହକରମାନଙ୍କୁ ସେମାନଙ୍କ ହକ୍‌ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇ ସେମାନଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି । 

ଏହି ସହାୟତା ପାଇଁ ରାଜ୍ୟର ୭୩୦୦ ହକରମାନଙ୍କ ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଡିଜିଟାଲ ଡାଟା ବେସ୍‌ ପ୍ରସ୍ତୁତ କରାଯାଇ ପଞ୍ଜୀକୃତ କରାଯାଇଛି। ପ୍ରତ୍ୟେକ ପଞ୍ଜୀକୃତ ହକର ୬୦୦୦ ଟଙ୍କା ଲେଖାଏଁ ସହାୟତା ପାଇଛନ୍ତି । ସମୁଦାୟ ୪ କୋଟି ୩୮ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି । ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯାଇଛି।

ଏହି ସହାୟତା ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ହକରମାନେ ହେଉଛନ୍ତି ଖବର କାଗଜ ଓ ପାଠକମାନଙ୍କ ମଧ୍ୟରେ ସେତୁ । ଖରା, ବର୍ଷା, ଶୀତ ସବୁ ସମୟରେ ଏପରିକି କୋଭିଡ ମହାମାରୀ ସମୟରେ ମଧ୍ୟ ସେମାନେ ନିଜ ଦୁଃଖ କଷ୍ଟକୁ ଭୁଲି ପାଠକମାନଙ୍କୁ ଖବରକାଗଜ ଯୋଗାଇଛନ୍ତି । ଡିଜିଟାଲ ଯୁଗରେ ମଧ୍ୟ ଖବର କାଗଜର ଚାହିଦା କମିନାହିଁ ବୋଲି ସେ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କୋଭିଡ୍ ସହାୟତା ସହିତ ହକରମାନଙ୍କୁ ଅଣସଂଗଠିତ ସାମାଜିକ ସୁରକ୍ଷା ବୋର୍ଡରେ ସାମିଲ କରାଯାଇ ସାହାଯ୍ୟ ପ୍ରଦାନ କରାଯିବ। ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କା, ସ୍ବଭାବିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ଏବଂ ଦୁର୍ଘଟଣାରେ ସଂପୂର୍ଣ୍ଣ ଅକ୍ଷମ ହୋଇଥିବା ହକରମାନଙ୍କ ପାଇଁ ମଧ୍ୟ ସହାୟତା ବ୍ୟବସ୍ଥା କରାଯାଇଛି । ହକରମାନେ ସୁବିଧାରେ କାମ କରିବା ପାଇଁ ଜିଲ୍ଲାସ୍ତରରେ ୱାର୍କସେଡ୍‌ ନିର୍ମାଣ କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହା ନିର୍ମାଣ କରାଯିବ।

ସୂଚନାଯୋଗ୍ୟ ଯେ, ଦୁର୍ଘଟଣାଜନିତ ସମ୍ପୂର୍ଣ୍ଣ ଅକ୍ଷମତା ଯୋଗୁଁ ହକରମାନଙ୍କୁ ଦେଢ ଲକ୍ଷ ଟଙ୍କା, ଉଭୟ ଅଙ୍ଗ ହରାଇଥିବା ହକରମାନଙ୍କୁ ୮୦ ହଜାର ଓ ଗୋଟିଏ ଅଙ୍ଗ ହରାଇଥିବା ହକରମାନଙ୍କୁ ୪୦ ହଜାର ଟଙ୍କା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଛି ।

ଲୋକସେବା ଭବନ କନ୍‌ଭେନସନ ହଲ୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଜଳସଂପଦ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ କହିଲେ ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ଜନକଲ୍ୟାଣ କାର୍ଯ୍ୟକ୍ରମ କରି ଓଡିଶାରେ ପ୍ରଗତିର ନୂଆ ଇତିହାସ ଲେଖିଛନ୍ତି । ଆର୍ଥିକ ଦୂରାବସ୍ଥାର ସମ୍ମୁଖୀନ ହେଉଥିବା ହକରମାନେ ଏହାଦ୍ବାରା ଉପକୃତ ହେବେ ବୋଲି ସେ କହିଥିଲେ ।

   Related Posts