ବିଶାଖାପାଟଣାରେ ଜାରି ରହିବ ଓଡ଼ିଶା ରୋଗୀ ସହାୟତା କେନ୍ଦ୍ର ସୁବିଧା, ୧୦ଲକ୍ଷ ଟଙ୍କା ସହାୟତା ଘୋଷଣା

Published By : Prameya-News7 Bureau | June 02, 2023 IST

ଭୁବନେଶ୍ୱର ୨।୬: ବିଶାଖାପାଟଣାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଖୋଲା ଯାଇଥିବା ‘ରୋଗୀ ସହାୟତା କେନ୍ଦ୍ର’ର ଅବଧିକୁ ରାଜ୍ୟ ସରକାର ଆଉ ବର୍ଷେ (୨୦୨୩-୨୪) ପାଇଁ ବୃଦ୍ଧି କରିଛନ୍ତି ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହା ଦ୍ୱାରା ମାଲକାନଗିରିରୁ ବିଶାଖାପାଟଣାକୁ ଯାଉଥିବା ଗରିବ, ଆଦିବାସୀମାନଙ୍କ ଚିକିତ୍ସା କ୍ଷେତ୍ରରେ ସୁବିଧା ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ  କହିଛନ୍ତି ।

ସୂଚନାଯୋଗ୍ୟ ଯେ, ବିଶାଖାପାଟଣାରେ ରାଜ୍ୟ ସରକାର ୨୦୧୬ ମସିହାରୁ ଏକ ରୋଗୀ ସହାୟତା କେନ୍ଦ୍ର ସ୍ଥାପନ କରିଛନ୍ତି । ବିଶାଖାପାଟଣା ମାଲକାନଗିରି ଜିଲ୍ଲାର ଅତି ନିକଟରେ ଥିବାରୁ ଏବଂ ସେଠାରେ ଉଚ୍ଚ କୋଟୀର ଚିକିତ୍ସା ସୁବିଧା ମିଳୁଥିବାରୁ ଜିଲ୍ଲାରୁ ଅଧିକାଂଶ ରୋଗୀ ଚିକିତ୍ସା ପାଇଁ ସେଠାକୁ ଯାଇଥାନ୍ତି । ରୋଗୀ ସହାୟତା କେନ୍ଦ୍ରରେ ସେମାନଙ୍କୁ ବିନା ମୂଲ୍ୟରେ ରହିବା ଓ ଖାଇବାର ସୁବିଧା ମିଳିପାରୁଛି । ୨୦୧୬ ରୁ ୨୦୨୨ ମଧ୍ୟରେ ରାଜ୍ୟ ସରକାର ଏହି ସହାୟତା କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ  ୫୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି । ୨୦୧୬ରେ ୨୫ ଲକ୍ଷ ଟଙ୍କା ଏବଂ ୨୦୨୦, ୨୦୨୧ ଓ ୨୦୨୨ ରେ ୧୦ ଲକ୍ଷ ଟଙ୍କା ଲେଖାଏ ଦିଆଯାଇଛି ।

You Can Read :

wp:embed {"url":"https://www.prameyanews7.com/oas-bimalendu-ray-appointed-as-collector-of-sonepur/","type":"wp-embed","providerNameSlug":"prameya-news-7"}
https://www.prameyanews7.com/oas-bimalendu-ray-appointed-as-collector-of-sonepur/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.