Retail icon award
Retail icon award
728*90
728*90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଟ୍ରେନ୍ ଦୁର୍ଘଟଣାରେ ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ଆନ୍ଧ୍ର ସରକାର, ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା

4/06/2023 at 5:49 PM

ନୂଆଦିଲ୍ଲୀ: ବାଲେଶ୍ୱର ଜିଲ୍ଲା ବାହାନଗାରେ ହୋଇଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାକୁ ନେଇ ସବୁଠୁ ଶୋକର ଛାୟା । ଦୁଃଖର ଏହି ସମୟରେ ପୀଡିତଙ୍କ ପରିବାର ପାଇଁ ସହଯୋଗ ହାତ ବଢାଇବା ପାଇଁ ସବୁଠି ଅପିଲ୍ କରାଯାଉଛି । ସରକାରୀ ସ୍ତରରେ ମଧ୍ୟ ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରାଯାଉଛି । ଏହାରି ଭିତରେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ମୃତକଙ୍କ ପରିବାର ଏବଂ ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ।

ରବିବାର ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ବାଲେଶ୍ୱର ରେଳ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ପରିବାର ପିଛା ୧୦ ଲକ୍ଷ ଟଙ୍କା ଲେଖାଏଁର ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ସେହିପରି ଗୁରୁତର ଆହତ ବ୍ୟକ୍ତିଙ୍କ ପାଇଁ ୫ ଲକ୍ଷ ଏବଂ ଆହତ ବ୍ୟକ୍ତିଙ୍କ ପାଇଁ ୧ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଆନ୍ଧ୍ର ସରକାରଙ୍କ ପକ୍ଷରୁ ପ୍ରଦାନ କରାଯିବ ।

ପଢନ୍ତୁ: କରମଣ୍ଡଳ ଟ୍ରେନ୍‌ ଟ୍ରାଜେଡି, ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ବୟାନ ଅନୁସାରେ, ‘ରବିବାର ରିଲିଫ୍ ଏବଂ ରେସକ୍ୟୁ ଅପରେସନର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇ ମୃତକଙ୍କ ପରିବାର ପିଛା ୧୦ ଲକ୍ଷ ଟଙ୍କା, ଗୁରୁତର ଆହତଙ୍କୁ ୫ ଲକ୍ଷ ଟଙ୍କା, ଆହତଙ୍କୁ ୧ ଲକ୍ଷ ଟଙ୍କା ସହଯୋଗ କରାଯିବ । କେନ୍ଦ୍ରର ସହଯୋଗ ବାହାରେ ଏହି ଆର୍ଥିକ ସହଯୋଗ ପ୍ରଦାନ କରାଯିବ’।

ଏହା ପୂର୍ବରୁ ମୃତକ ଏବଂ ଆହତଙ୍କ ପାଇଁ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ଅନୁକମ୍ପା ରାଶି ଘୋଷଣା କରିଥିଲେ । ରେଳ ମନ୍ତ୍ରାଳୟ ମଧ୍ୟ ଅନୁକମ୍ପା ରାଶି ଘୋଷଣା କରିସାରିଛି । ଉଲ୍ଲେଖଯୋଗ୍ୟ ଯେ ଶୁକ୍ରବାର ସଂଧ୍ୟାରେ ବାହାନଗା ଠାରେ ହୋଇଥିବା ଭୟଙ୍କର ରେଳ ଦୁର୍ଘଟଣାରେ ୨୭୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦୦୦ରୁ ଅଧିକ ଆହତ ହୋଇଥିଲେ ।  

READ ALSO: ଟ୍ରେନ୍ ଦୁର୍ଘଟଣାକୁ ସାମ୍ପ୍ରଦାୟୀକ ରଙ୍ଗ ଦେବା ଉଦ୍ୟମ ପରେ ଆକ୍ସନରେ ଓଡ଼ିଶା ପୋଲିସ, ଦୃଢ କାର୍ଯ୍ୟାନୁଷ୍ଠାନ ଚେତାବନୀ

   Related Posts