ଭୁବନେଶ୍ବର ୧୩।୫: ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ ପରେ ଅଧିକ ଇଭି ବ୍ୟବହାର ପାଇଁ ଅପିଲ୍ କରିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଇଭି ବ୍ୟବହାର ପାଇଁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଆହ୍ୱାନ ଦେବାପରେ ପରିବହନ ମନ୍ତ୍ରୀ ଏଭଳି ଅପିଲ୍ କରିଛନ୍ତି ।

ପଶ୍ଚିମ ଏସିଆର ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତର ଅର୍ଥନୀତି ସୁରକ୍ଷା ପାଇଁ ସୁନା, ତେଲ କମ୍ ବ୍ୟବହାର, ବୈଦେଶିକ ଗସ୍ତ ବର୍ଷକ ପାଇଁ ନକରିବାକୁ ନିବେଦନ କରିଛନ୍ତି । ଆଜିର ଦିନର ଆବଶ୍ୟକତା ହେଉଛି ଇଭି । ଅଧିକରୁ ଅଧିକ ଇଭି ବ୍ୟବହାର କରନ୍ତୁ । ୱାର୍କ ଫର୍ମ ହୋମ୍କୁ ଗୁରୁତ୍ଵ ଦେବା । ଯାହାଦ୍ୱାରା ଆମ ଦେଶର ଅର୍ଥନୀତି ସୁରକ୍ଷିତ ରହିବ । ସରକାରୀ କାର୍ଯ୍ୟାଳୟରେ ବ୍ୟବହାର ହେଉଥିବା ଗାଡିକୁ ଇଭିରେ ପରିବର୍ତ୍ତନ କରାଯିବ ।

Also Read:- Ayub Khan Passes Away: କଣ୍ଟାବାଞ୍ଜି ପୂର୍ବତନ ବିଧାୟକ ଆୟୁବ ଖାନ୍‌ଙ୍କ ଦେହାନ୍ତ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ମୁଁ ଯେତେବେଳେ ଯିବି ସରକାରୀ ବ ଯିବି ବୋଲି ପରିବହନ ମନ୍ତ୍ରୀ କହିଛନ୍ତି । ପ୍ରୋଟୋକଲକୁ ଦୃଷ୍ଟିରୁ ପାଇଲଟିଂ ଗାଡି ଯିବ । ମୋ ଗସ୍ତ ସମୟରେ ତିନୋଟି ଗାଡି ଯାଉଥିଲା, ଏବେ କିନ୍ତୁ ଗୋଟିଏ ଗାଡିରେ ଯିବି । ପ୍ରଧାନମନ୍ତ୍ରୀଙ୍କ ନିବେଦନ ଆମ ଠାରୁ ପ୍ରତିଫଳନ ହେବା ଆବଶ୍ୟକ । ୨୦୨୮ ପର୍ଯ୍ୟନ୍ତ ଇଭି ଗାଡି କିଣା ସବସିଡିକୁ ବୃଦ୍ଧି କରାଯାଇଛି ବୋଲି ପରିବହନ ମନ୍ତ୍ରୀ କହିଛନ୍ତି ।