ଭୁବନେଶ୍ୱର ୦୮।୦୪ : ଭିଜିଲାନ୍ସ ଜାଲରେ ଅତିରିକ୍ତ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । ଜଳସେଚନ ବିଭାଗର ଅତିରିକ୍ତ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାଜେଶ ମହାନ୍ତିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ଚଢାଉ ।

Also Read:-US-Iran agree to truce:ପଛକୁ ହଟିଲେ ଟ୍ରମ୍ପ:୨ ସପ୍ତାହ ପାଇଁ ଯୁଦ୍ଧ ବିରାମ କରିବାକୁ ରାଜି ହେଲେ ଆମେରିକା-ଇରାନ

ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଳସେଚନ ବିଭାଗର ଅତିରିକ୍ତ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାଜେଶ ମହାନ୍ତିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଚାଲିଛି । ଭିଜିଲାନ୍ସ ପକ୍ଷରୁ ଏକାସାଙ୍ଗେ ଏକାଧିକ ସ୍ଥାନରେ ଚାଲିଛି ଚଢାଉ । ତେବେ ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ଭୁବନେଶ୍ୱର ବାସଭବନ, ସରକାରୀ କାର୍ଯ୍ୟାଳୟ ଆଦି ଅନେକ ସ୍ଥାନ ରହିଛି । ଭିଜିଲାନ୍ସର ୭ରୁ ୮ ଜଣିଆ ଟିମ୍ ଅତର୍କିତ ଭାବେ ଚଢାଉ କରୁଛନ୍ତି । ବର୍ତ୍ତମାନ ଯାଏଁ କେତେ ପରିମାଣର ସଂପତ୍ତି ଜବତ ହୋଇଛି । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଚଢାଉ ଶେଷ ପରେ ଭିଜିଲାନ୍ସ ପକ୍ଷରୁ ସବିଶେଷ ତଥ୍ୟ ଦିଆଯିବ ବୋଲି ସୂଚନା ମିଳିଛି ।