ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳରେ ଶନିବାର ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଭାରୀ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆ ଆକଳନ କରିଛି।

ଶନିବାର ବାଲେଶ୍ଵର, ଭଦ୍ରକ, ଜଗତସଂହପୁର, କେନ୍ଦୁଝର, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଯାଜପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୋନପୁର, ସୁବର୍ଣ୍ଣପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ବର୍ଷା ହେବାର ସମ୍ଭାବନା ରହିଛି।

ଏହିସବୁ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ, ଯାହା ବୃଦ୍ଧି ପାଇ ଝଟକା ପବନର ବେଗ ୬୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ । ପବନର ବେଗ ଅଧିକ ରହିବା ଯୋଗୁଁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତରୁ ଅତି ଅଶାନ୍ତ ରହିବ।

also read- ନନ୍ଦନକାନନରେ ଆତଙ୍କ ! ବିଷଧର ସାପ ଦଂଶନରେ ମର୍ମୋସେଟ୍‌ଙ୍କ ବଂଶ ନିଶ୍ଚିହ୍ନ 

ଉତ୍ତର-ପଶ୍ଚିମ ଓ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା, ପଶ୍ଚିମବଙ୍ଗ ଉପକୂଳକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ଯେଉଁ ମତ୍ସ୍ୟଜୀବୀ ମାନେ ସମୁଦ୍ର ମଧ୍ୟରେ ଅଛନ୍ତି, ସେମାନଙ୍କୁ ତୁରନ୍ତ ଉପକୂଳକୁ ଫେରିଆସିବାକୁ କୁହାଯାଇଛି । ଲଘୁଚାପ ପ୍ରଭାବରେ ଓଡ଼ିଶାର ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ପ୍ରଶାସନ ପକ୍ଷରୁ ସ୍ଥିତି ଉପରେ ନଜର ରଖାଯାଇଛି ।