ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାର ଦକ୍ଷିଣ-ପଶ୍ଚିମରେ ବୁଧବାର ରାତିରେ ସ୍ଥଳଭାଗ ଅତିକ୍ରମ କରିଥିବା ଗଭୀର ଅବପାତ ଗୁରୁବାର ଦିନ ରାୟଗଡ଼ାଠାରୁ ପ୍ରାୟ ୮୦ କିମି ଦକ୍ଷିଣ-ଦକ୍ଷିଣପୂର୍ବରେ କେନ୍ଦ୍ରୀଭୂତ ଥିଲା । ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଥିବା ସୋଆ ଡିମ୍ଡ ବିଶ୍ୱବିଦ୍ୟାଳୟର ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ କୁହାଯାଇଛି ।

ଏହି ପାଣିପାଗ ପ୍ରଣାଳୀ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲା ଦେଇ ଉତ୍ତର ଛତିଶଗଡ଼ ଆଡ଼କୁ ଗତି କରିବା ସହ ଶୁକ୍ରବାର ପର୍ଯ୍ୟନ୍ତ ଏହାର ତୀବ୍ରତା ବଜାୟ ରଖିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଗୁରୁବାର କଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗିର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଦେବଗଡ଼, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ମଧ୍ୟମରୁ ଅତି ପ୍ରବଳ ବର୍ଷା ହୋଇଛି ।

Also Read: ବର୍ଷାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି, ୨୫ରେ ଏହି ୩ ଜିଲ୍ଲାରେ ସ୍କୁଲ୍ ଛୁଟି

ସେହିପରି କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ଶୁକ୍ରବାର ଠାରୁ ବର୍ଷାର ପ୍ରକୋପ ଧୀରେ ଧୀରେ କମିବାର ସମ୍ଭାବନା ଥିଲେ ମଧ୍ୟ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ ବୋଲି ସିଇସି ପକ୍ଷରୁ କୁହାଯାଇଛି ।