ରାଜ୍ୟର ତୃତୀୟ କରୋନା ମୃତ୍ୟୁ, ଗଞ୍ଜାମ ଜିଲ୍ଲାରେ ଗଲା ଜଣଙ୍କ ଜୀବନ

Published By : Prameya-News7 Bureau | May 10, 2020 IST

ଭୁବନେଶ୍ବର ୧୦।୫ : ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୩ କୁ ବୃଦ୍ଧି ପାଇଛି । ରବିବାର ରାଜ୍ୟରେ କରୋନା ନେଇଛି ଆଉ ଜଣଙ୍କ ଜୀବନ । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ମୃତକ ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି । ଗଞ୍ଜାମ ଜିଲ୍ଲାରୁ ରବିବାର ଆଉ ୨୯ଜଣ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି । ଜିଲ୍ଲାରେ ୧୧୭ଟି ଆକ୍ଟିଭ୍ କେସ୍ ଥିବାବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲାରେ କେହି ହେଲେ ବି ଏପର୍ଯ୍ୟନ୍ତ ସୁସ୍ଥ ହୋଇନାହାନ୍ତି ।

{"id":267484,"width":578,"height":485,"sizeSlug":"large"}

ରବିବାର ରାଜ୍ୟରେ ଆଉ ୫୮କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ରବିବାର ଚିହ୍ନଟ ହୋଇଥିବା ୫୮ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୨୯ ଜଣ, ଅନୁଗୋଳ ଜିଲ୍ଲାରୁ ୧୩ ଜଣ, ବାଲେଶ୍ବର ଜିଲ୍ଲାରୁ ୧୫ ଜଣ ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ରହିଛନ୍ତି । ଫଳରେ ଗଞ୍ଜାମ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି । ଗଞ୍ଜାମ ଜିଲ୍ଲାରେ କେହି ହେଲେ ବି ଏପର୍ଯ୍ୟନ୍ତ ସୁସ୍ଥ ହୋଇନାହାନ୍ତି । ସେହିପରି ଅନୁଗୋଳ ଜିଲ୍ଲାରେ ପ୍ରଥମ ଥର ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟର କରୋନା ଗ୍ରାଫ୍‌ରେ ଯୋଡି ହୋଇଯାଇଛି ଅନୁଗୋଳ ଜିଲ୍ଲା । ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୩ ରହିଛି । ବାଲେଶ୍ବର ଜିଲ୍ଲାରୁ ଆଉ ୧୫ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୨ରେ ପହଞ୍ଚିଛି । ସେଥିମଧ୍ୟରୁ ୩୩ଟି ଆକ୍ଟିଭ୍ କେସ୍ ଥିବାବେଳେ ୯ଜଣ ସୁସ୍ଥ ହୋଇଛନ୍ତି । ସେହିପରି ମୟୁରଭଞ୍ଜ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୮ରେ ପହଞ୍ଚିଛି । ଜିଲ୍ଲାରେ ୮ଟି ଯାକ ଆକ୍ଟିଭ କେସ୍ ରହିଛି ।

{"id":267485,"width":575,"height":547,"sizeSlug":"large"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.