କଳାହାଣ୍ଡି ୦୮।୦୪ : ଯୁବକଙ୍କ ଆତ୍ମହତ୍ୟା । ବେକରେ ରଶି ଲଗାଇ ଆତ୍ମହତ୍ୟା କରିଲେ ଯୁବକ । କଳାହାଣ୍ଡି ଜିଲ୍ଲା କୋକସରା ଥାନା ଟେମରା ପଞ୍ଚାୟତା ବୋବରିଆ ଗାଁରେ ଘଟିଛି ଘଟଣା । ମୃତକ ବୋବରିଆ ଗାଁର ଲୋଚନ ମାଝୀ ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ବୁଧବାର ସକାଳୁ ବୋବରିଆ ଗାଁର ଲୋଚନ ମାଝୀଙ୍କ ମୃତଦେହ ଘରେ ଝୁଲୁଥିବାର ଦେଖିଥିଲେ ସ୍ଥାନୀୟ ଲୋକେ । ଏହାପରେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ ଘର ଲୋକ । କୋକସରା ପୋଲିସ ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ନିକଟସ୍ଥ ମେଡିକାଲକୁ ପଠାଇଛି । କୋକସରା ମେଡିକାଲରେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ସଠିକ କାରଣ ଜଣାପଡିବ ବୋଲି ଆଶା କରାଯାଉଛି ।

Also Read:-ଭିଜିଲାନ୍ସ ପଞ୍ଝାରେ ଅତିରିକ୍ତ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ବାସଭବନ ସମେତ ବିଭିନ୍ନ ସ୍ଥାନରେ ଚାଲିଛି ରେଡ୍

ଅନ୍ୟପଟେ ମୃତ୍ୟୁର କାରଣ ସଠିକ୍ ଭାବେ ଜଣାପଡିନଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ପୋଲିସ ପ୍ରାଥମିକ ତଦନ୍ତରେ ଲୋଚନ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । କୋକସରା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି । ଆବଶ୍ୟକ ପଡ଼ିଲେ ସାଇଣ୍ଟିଫିକ୍ ଟିମ୍‌ର ସହଯୋଗ ବି ନେଇପାରେ ପୋଲିସ ।