ଗୁଣିଗାରେଡି ସନ୍ଦେହରେ ବୃଦ୍ଧାଙ୍କୁ ବୀଭତ୍ସ ହତ୍ୟା ! ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ

Published By : Prameya-News7 Bureau | December 17, 2020 IST

ଘଟଗାଁ ୧୭।୧୨: ଗୁଣିଗାରେଡି ସନ୍ଦେହରେ ବୃଦ୍ଧାଙ୍କୁ ବୀଭତ୍ସ ହତ୍ୟା । ରାତିରେ ଶୋଇଥିବା ବେଳେ ଗ୍ରାମର କୁନି ମୁଣ୍ଡାଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି । ଘଟଗାଁ ଥାନା ଅନ୍ତର୍ଗତ ଭୋଳବେଡା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଭୋଳବେଡା ଗ୍ରାମରେ ଜଣେ ବୃଦ୍ଧାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ବୁଧବାର ରାତିରେ ଘରେ ଶୋଇଥିବା ବେଳେ ଗ୍ରାମର କୁନି ମୁଣ୍ଡାଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି । ଖବର ପାଇ ଘଟଣାସ୍ଥଳରେ ଘଟଗାଁ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ତାଙ୍କୁ ଗୁଣି ଗାରେଡି ସନ୍ଦେହରେ ହତ୍ୟା କରାଯାଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଅନୁମାନ କରୁଛି । ତେବେ ତଦନ୍ତ ପରେ ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ ପ୍ରକାଶ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.