ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

Published By : Prameya-News7 Bureau | December 11, 2020 IST

ଯାଜପୁର ରୋଡ୍ ୧୧।୧୨: ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ମଙ୍ଗଳପୁର ଟସର ଫାର୍ମରେ ଝୁଲନ୍ତା ଅବସ୍ଥାରେ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ମଙ୍ଗଳପୁର ଗ୍ରାମର ଶ୍ୟାମ ଲେଙ୍କା ବୋଲି ଜଣାପଡିଛି ।

ଗୁରୁବାର ଅପରାହ୍ନରେ ଏକ ଗଛରେ ବୃଦ୍ଧଙ୍କ ମୃତଦେହ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ । ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । ତେବେ ମୃତ ବୃଦ୍ଧ ଜଣଙ୍କ ସାମାନ୍ୟ ମାନସିକ ରୋଗୀ ହୋଇଥିବା ବେଳେ ସେ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.