ବଢୁଛି କେସ୍‌, ଦେଶରେ ୨୦୦ ଛୁଇଁଲା ଓମିକ୍ରନ୍‌ ଆକ୍ରାନ୍ତ ସଂଖ୍ୟା

Published By : Prameya-News7 Bureau | December 21, 2021 IST

ନୂଆଦିଲ୍ଲୀ ୨୧।୧୨: ଦେଶରେ ବଢିଚାଲିଛି କରୋନାର ଓମିକ୍ରନ୍‌ ସଂଖ୍ୟା । ଏବେ ଯାଏଁ ଭାରତରେ ଓମିକ୍ରନ ଭାରିଆଣ୍ଟରେ ସଂକ୍ରମିତଙ୍କ ସଂଖ୍ୟା ୨୦୦ ପାର୍‌ ହୋଇଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ରିପୋର୍ଟ ଅନୁଯାୟୀ,  ମହାରାଷ୍ଟ୍ର ଏବଂ ଦିଲ୍ଲୀରୁ ସର୍ବାଧିକ ୫୪ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେଲେଙ୍ଗାନାରୁ ୨୦ ଜଣ, କର୍ଣ୍ଣାଟକରୁ ୧୯, ରାଜସ୍ଥାନରୁ ୧୮, କେରଳରୁ ୧୫, ଗୁଜୁରାଟରୁ ୧୪, ଉତ୍ତର ପ୍ରଦେଶରୁ ୨ ଜଣ ଏବଂ ଆନ୍ଧ୍ର ପ୍ରଦେଶ, ଚଣ୍ଡିଗଡ, ତାମିଲନାଡୁ, ପଶ୍ଚିମବଙ୍ଗରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତାଲିକାରେ ଓଡ଼ିଶାର ନାଁ ନାହିଁ ।

ଏପଟେ ଓଡ଼ିଶାରୁ ଚିହ୍ନଟ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ଦେଶରେ ମୋଟ୍ ଓମିକ୍ରନ ଆକ୍ରାନ୍ତ ସଂଖ୍ୟା ୨୦୨ ହେବ । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ ୧୨ ରାଜ୍ୟରୁ ୨୦୦ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୭୭ ଜଣ ସୁସ୍ଥ ହୋଇ ସାରିଲେଣି । ମହାରାଷ୍ଟ୍ରରେ ସର୍ବାଧିକ ୨୮ ଜଣ ସୁସ୍ଥ ହୋଇଥିବା ବେଳେ ଦିଲ୍ଲୀରୁ ୧୨ ଜଣ ସୁସ୍ଥ ହୋଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.