ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ ; ଗୋଟିଏ ପରିବାରର ଜଣେ ମୃତ, ୨ ଗୁରୁତର
15/01/2019 at 3:12 PM

ବେଗୁନିଆ ୧୫|୧: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ବଡ ନୟାପଲ୍ଲୀ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଟିଏ ପରିବାରର ୩ ଜଣଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଯୁବକଙ୍କ ଆକ୍ରମଣରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି । ମୃତକଙ୍କ ନାଁ ପାର୍ବତୀ ପରମାଣିକ । ବୋହୂ ରେବତୀ ଓ ନାତି ବିକାଶଙ୍କୁ ଗୁରୁତର ଅବସ୍ଥାରେ ଖୋର୍ଦ୍ଧା ହସପିଟାଲରେ ଭର୍ତ୍ତି କରାଯାଇଛି । କାଠ ଫାଳିଆରେ ସେମାନଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି । ବେଗୁନିଆ ଥାନାରେ ଘଟଣା ନେଇ ଏତଲା ଦାୟର ହୋଇଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି ।
Related Posts
କୋରାପୁଟ ପୋଲିସକୁ ସଫଳତା, ବନ୍ଧା ହେଲା ମୋବାଇଲ୍ ଲୁଟେରା, ୫୧ଟି ଫୋନ୍ ଜବତ
27 January 2023