ସିମେଣ୍ଟ ବୋଝେଇ ଟ୍ରକ୍ ଧକ୍କାରେ ବାଇକ୍ ଆରୋହୀ ମୃତ, ଜଣେ ଗୁରୁତର
21/01/2019 at 11:04 AM

ପାରାଦୀପ ୨୧|୧: ପାରାଦୀପରେ ବାଇକକୁ ଧକ୍କା ଦେଲା ସିମେଣ୍ଟ ବୋଝେଇ ଗାଡ଼ି । ଦୁର୍ଘଟଣା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ପାରାଦୀପ ଗଡ ପେଟ୍ରୋଲ ପମ୍ପ୍ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ହେଲେ କେନ୍ଦ୍ରାପଡ଼ା ମହାକାଳପଡା ଅଞ୍ଚଳର ଅଞ୍ଜନ ଦାସ । ଗୁରୁତର ତପନ ସାହୁଙ୍କୁ ଅଠରବାଙ୍କି ମେଡିକାଲରେ ଭର୍ତ୍ତି କରାଯାଇଛି। ପ୍ରବଳ କୁହୁଡି ଯୋଗୁଁ ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ଦୁର୍ଘଟଣା ପରେ ସେଠାରେ ଉତ୍ତେଜନାମୂଳକ ସ୍ଥିତି ସୃଷ୍ଟି ହୋଇଛି।
Related Posts
ବିଦ୍ୟୁତ୍ ଆଘାତରେ ରାଜମିସ୍ତ୍ରୀଙ୍କ ମୃତ୍ୟୁ
30 January 2023
ନୀଳଗିରି ରାସ୍ତାରେ ବୁଲୁଛି ଭାଲୁ; ଭୟଭୀତ ସ୍ଥାନୀୟ ଲୋକେ
30 January 2023