ବରଗଡ ପଦ୍ମପୁର ଅଞ୍ଚଳରେ ହାତୀ ଆକ୍ରମଣରେ ଜଣେ ମୃତ

Published By : Prameya-News7 Bureau | October 23, 2018 IST

ବରଗଡ ୨୩|୧୦: ବରଗଡ ଜିଲ୍ଲା ପଦ୍ମପୁର ଅଞ୍ଚଳରେ ହାତୀ ଉପଦ୍ରବ । ଝାରବନ୍ଧ ବ୍ଲକ ବଣ୍ଡାମୁଣ୍ଡା ଗାଁରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଧୁବା ନାୟକ । ଧୁବା ନିଜ ବାଡି ପଟେ ଧାନ ଜଗି ଥିବା ସମୟରେ ହାତୀ ତାଙ୍କୁ ଆକ୍ରମଣ କରିଥିଲା । ଫଳରେ ତାଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ତେବେ ଏଭଳି ଘଟଣା ବାରମ୍ବାର ଘଟୁଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.