କେନ୍ଦୁଝରରେ ଦନ୍ତା ହାତୀ ଆକ୍ରମଣରେ ବୃଦ୍ଧ ମୃତ
26/09/2018 at 10:43 AM

କେନ୍ଦୁଝର ୨୬|୯: ଦନ୍ତା ହାତୀ ଆକ୍ରମଣରେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ କେନ୍ଦୁଝର ଜିଲ୍ଲା ସେଣ୍ଡକାପ ଗାଁର ପାଳୁ ନାୟକ । ଜଙ୍ଗଲକୁ ଛତୁ ଆଣିବାକୁ ଯାଇଥିବା ସମୟରେ ହାତୀ ଆକ୍ରମଣର ଶିକାର ହୋଇଥିଲେ ପାଳୁ । ପରେ ଘଟଣାସ୍ଥଳରେ ବନ ବିଭାଗର କର୍ମଚାରୀ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ମୃତକଙ୍କ ପରିବାରକୁ ୪୦ ହଜାର ଟଙ୍କାର ଆର୍ଥିକ ସାହାଯ୍ୟ ପ୍ରଦାନ କରିବା ସହ ଶବ ବ୍ୟବଚ୍ଛେଦର ବ୍ୟବସ୍ଥା କରିଛି।