ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ ; ଜଣେ ମୃତ

Published By : Prameya-News7 Bureau | March 08, 2019 IST

ବୌଦ୍ଧ ୮|୩ : ବୌଦ୍ଧ ଜିଲ୍ଲା ପୁରୁଣାକଟକଠାରେ ଭାରସାମ୍ୟ ହରାଇ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତକ ଜଣକ ହେଲେ ରମ୍ଭିକଟା ଗାଁର ଭାଗିରଥି ସେଠୀ ବୋଲି ଜଣାପଡିଛି ।

ସୂଚନା ଅନୁସାରେ ଆଜି ସକାଳୁ ଭାଗିରଥି ନିଜ ବାଇକ୍ ଯୋଗେ ରମ୍ଭିକଟାରୁ ପୁରୁଣାକଟକ ଅଭିମୁଖେ ଯାଉଥିଲେ। ହେଲେ ହଠାତ୍ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ଗୁରୁତର ଅବସ୍ଥାରେ ଭାଗିରଥୀଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପୁରୁଣାକଟକ ପୋଲିସ ଘଟଣାସ୍ଥଳରେ ପହଂଚି ଅଧିକା ଅନୁସନ୍ଧାନ ଜାରିରଖିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.