AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଲ୍ଲିକୋଟ: ବସ୍‌ କର୍ମଚାରୀ ଭୁଲିଗଲେ ମାନବିକତା, ଅଧାରାସ୍ତାରେ ଛାଡି ଚାଲିଗଲେ ମୃତଦେହ
  • ||
  • ଦାରିଙ୍ଗବାଡି: ବାଇକ୍‌-କାର୍‌ ମୁହାଁମୁହିଁ ଧକ୍କା: ୨ ମୃତ, ଜଣେ ଆହତ
  • ||
  • ପାଟଣା: ପୋଖରୀ ଭିତରକୁ ପଶିଲା ତେଲ ଟ୍ୟାଙ୍କର, ଭାରସାମ୍ୟ ହରାଇ ଓଲଟିପଡିଲା
  • ||

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ୧୭୦ ଛୁଇଁଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

5/05/2020 at 6:41 AM

ଭୁବନେଶ୍ବର ୦୫।୦୫: ରାଜ୍ୟରେ ଦିନକୁ ଦିନ ବଢିବାର ଲାଗିଛି କରୋନା ସଂକ୍ରମଣ । ରାଜ୍ୟରେ ଆଜି ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ଏହାକୁ ମିଶାଇ ଏପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାରେ ମୋଟ୍ ୩ଜଣ ସଂକ୍ରମିତ ହୋଇଛନ୍ତି ।

ଗତକାଲି ରାଜ୍ୟରେ ୭ନୂଆ ମାମଲା ମଧ୍ୟରୁ ଯାଜପୁରରେ ୪ ଏବଂ ଭଦ୍ରକ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲା।ଏହାପରେ ଯାଜପୁରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୨ ଛୁଇଁଛି । ଅନ୍ୟପଟେ ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧ ହୋଇଛି । ଏବଂ ସୁନ୍ଦରଗଡ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୧୧ଜଣ ବୃଦ୍ଧି ପାଉଛି।

   Related Posts