ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ୯୧୪୯ରେ ପହଞ୍ଚିଲା ମୋଟ ମୃତ୍ୟୁସଂଖ୍ୟା

Published By : Prameya-News7 Bureau | August 08, 2022 IST

ଭୁବନେଶ୍ୱର ୦୮।୦୮: ରାଜ୍ୟରେ ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁ ଗ୍ରାଫ୍‌ରେ ଲାଗିନି ବ୍ରେକ୍। ଗୋଟିଏ ପରେ ଗୋଟିଏ ଜୀବନ ନେବାରେ ଲାଗିଛି କରୋନା । ଗତ ୨୪ ଘଣ୍ଟା ମଧ୍ୟରେ ଜଣଙ୍କ ଜୀବନ ନେଇଛି କୋଭିଡ଼। । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୪୯ କୁ ବୃଦ୍ଧି ପାଇଛି ।

{"id":667808,"sizeSlug":"full","linkDestination":"none"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୯୫୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୭୯୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୦୪୫୨୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୮୦୪୩୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.