ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାର, ରହିଛି ସୁରଟ ଲିଙ୍କ୍‌

Published By : Prameya-News7 Bureau | May 05, 2020 IST

ଭୁବନେଶ୍ୱର ୦୫।୦୫: ରାଜ୍ୟରେ ଆଜି ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ରାଜ୍ୟରେ ୧୭୦ରେ ପହଞ୍ଚିଛି ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା । ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସଂପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ପ୍ରଦାନ କରିଛନ୍ତି ।

wp:core-embed/twitter {"url":"https://twitter.com/IPR_Odisha/status/1257527520594984961","type":"rich","providerNameSlug":"twitter","className":""}
https://twitter.com/IPR_Odisha/status/1257527520594984961
/wp:core-embed/twitter

ସୂଚନାଯୋଗ୍ୟ ଯେ, ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲ୍ଲାର ଏବଂ ତାଙ୍କ ବୟସ ୧୮ବର୍ଷ ବୋଲି ଜଣାପଡିଛି । ସଂକ୍ରମିତ ଜଣଙ୍କ ପୁରୁଷ ଏବଂ ସେ କିଛି ଦିନ ତଳେ ସୁରଟରୁ ଫେରିଥିଲେ । ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲ୍ଲାରେ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ଦୁଇ ଜଣ ସଂକ୍ରମିତ ତାମିଲନାଡୁରୁ ଫେରନ୍ତା । ସେହିପରି ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ କିଛି ଦିନ ତଳେ ସୁରଟରୁ ଫେରିଥିଲେ । ଏବଂ ଫେରିବା ପରେ କ୍ୱାରେଣ୍ଟାଇନ୍‌ରେ ରହିଥିଲେ । ତାଙ୍କର ସ୍ୱାବ ପରୀକ୍ଷା ହୋଇଥିଲା । ସେଥିରେ କରୋନା ସଂକ୍ରମିତ ଥିବା ଜଣାପଡିଛି । ବର୍ତ୍ତମାନ ତାଙ୍କର କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ।

{"id":264815,"sizeSlug":"large"}

ସେହିପରି ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୯ଟି ଆକ୍ଟିଭ୍‌ କେସ୍‌ ରହିଛି । ଅନ୍ୟପଟେ ରାଜ୍ୟରେ କରୋନାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ୬୦ଜଣ ସୁସ୍ଥ ହୋଇସାରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.