ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ, ଥାନାରେ ଏତଲା
12/12/2022 at 12:07 PM

ବୋରିଗୁମ୍ମା ୧୨।୧୨ : ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ । କୋରାପୁଟ ଜିଲ୍ଲା ବୈପାରିଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ମୃତକଙ୍କ ନାମ ତିଲୋତ୍ତମା ମାଝି ବୋଲି ଜଣାପଡିଛି ।
ଖବର ଅନୁଯାୟୀ, ବୈପାରିଗୁଡ଼ା ବ୍ଲକ ବାନୁଆଗୁଡ଼ା ଗାଁର ପ୍ରହ୍ମଲ୍ଲାଦ ମାଝିଙ୍କ ସ୍ତ୍ରୀ ତିଲୋତ୍ତମା ମାଝି ହଠାତ୍ ଅସୁସ୍ଥ ହୋଇଥିଲେ । ଏହାପରେ ତାଙ୍କୁ ବୈପାରିଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଲାଗି ଭର୍ତ୍ତି କରିଥିଲେ । ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଛି । ହେଲେ ମହିଳାଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି । ଡାକ୍ତରଙ୍କ ଅବହେଳାରୁ ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି । ଏନେଇ ମଧ୍ୟ ଥାନାରେ ମାମଲା ରୁଜୁ ହୋଇଛି ।
Related Posts
ଇଂଲିସ୍ ମିଡିୟମ୍ ସ୍କୁଲ୍ରେ ବିସ୍ଫୋରଣ; ୩ ଛାତ୍ର ଗୁରୁତର
1 February 2023