ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠମଲ୍ଲିକ: ଦନ୍ତା ହାତୀର ମୃତଦେହ ଠାବ, ଶରୀରରେ ରହିଛି ଅନେକ କ୍ଷତଚିହ୍ନ
  • ||
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ବିବାଦ ନେଲା ଜୀବନ, ବଡ଼ଭାଇର କଟୁରୀ ଚୋଟରେ ସାନଭାଇ ମୃତ

13/07/2022 at 9:10 AM

ଗଞ୍ଜାମ ୧୩।୦୭ : ପାରିବାରିକ କଳହର କରୁଣ ପରିଣତି । ସାମାନ୍ୟ କଥାକୁ ନେଇ ଭାଇକୁ ମାରିଦେଲା ଆଉ ଜଣେ ଭାଇ । ଗଞ୍ଜାମ ଜିଲ୍ଲା ଜରଡ଼ା ଥାନା ଗୁଜୁଲିଙ୍ଗା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି ।

ଖବର ଅନୁଯାୟୀ, କୌଣସି କଥାକୁ ନେଇ ଉଭୟ ବଡ଼ ଭାଇ ଓ ସାନ ଭାଇଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଦେଖୁ ଦେଖୁ ପାଟିତୁଣ୍ଡ ବଡ଼ ବିବାଦର ରୂପ ନେଇଥିଲା । ବିବାଦରେ ଉତ୍‌କ୍ଷିପ୍ତ ହୋଇ ସାନ ଭାଇକୁ କଟୁରୀରେ ଚୋଟ ପକାଇଥିଲା ବଡ଼ ଭାଇ । ଯେଉଁଥିରେ କି ସାନ ଭାଇର ମୃତ୍ୟୁ ହୋଇଥିଲା । ମୃତକଙ୍କ ନାମ କାର୍ତ୍ତିକ କାର୍ଜି ବୋଲି ଜଣାପଡିଥିବା ବେଳେ ଅଭିଯୁକ୍ତ ବଡ଼ଭାଇ ଅସିନା କାର୍ଜି ପୋଲିସ ନିକଟରେ ଆତ୍ମସମର୍ପଣ କରିଛି ।

ସେପଟେ ହତ୍ୟାକାଣ୍ଡ ସଂପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏପିରିକି ଆବଶ୍ୟକ ପଡିଲେ ମଧ୍ୟ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ନିଆଯାଇପାରେ ବୋଲି ପୋଲିସର ସୁତ୍ରରୁ ଜଣାପଡିଛି ।  

   Related Posts