କେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣା, ଆଖିବୁଜିଲେ ଆଉ ଜଣେ

Published By : Prameya-News7 Bureau | November 28, 2022 IST

କଟକ ୨୮।୧୧:  କେନ୍ଦ୍ରାପଡ଼ା ବାଲିଆ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କର ମୃତ୍ୟୁ। କଟକ ଏସସିବିରେ ଜଣେ ଗୁରୁତର ଆହତ ପ୍ରାଣ ହରାଇଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ପିଣ୍ଟୁ ଖାନଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ପୂର୍ବରୁ ଏହି ବାଣ ବିସ୍ଫୋରଣ ଘଟଣାରେ ଉଦୟ ଭୋଇ ନାମକ ଜଣେ ବାଣୁଆ ପ୍ରାଣ ହରାଇଥିଲେ। ଏବେ ଆଉ ଜଣେ ଗୁରୁତର ଅବସ୍ଥାରେ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି।

ଖବର ଅନୁଯାୟୀ, କାର୍ତ୍ତିକ ପୂଜା ଭସାଣୀ ବେଳେ ବାଣ ବିସ୍ଫୋରଣ ହୋଇଥିଲା । ଏଥିରେ ପ୍ରାୟ ୪୦ରୁ ଅଧିକ ଲୋକେ ଆହତ ହୋଇଥିଲେ । ସେମାନଙ୍କ ମଧ୍ୟରୁ କିଛି ଲୋକଙ୍କ ଅବସ୍ଥା ଗୁରୁତର ଥିଲା । ତେଣୁ ସେମାନଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଥିଲା । ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ମୃତ୍ୟୁ ହୋଇଥିଲା । ଆଉ ଏବେ ଆଉ ଜଣଙ୍କର ମୃତ୍ୟୁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.