ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ବାଇକ ଆରୋହୀଙ୍କ ଜୀବନ
7/03/2023 at 8:18 AM

ମୁନିଗୁଡ଼ା ୦୭।୦୩ : ଅଜଣା ଗାଡି ଧକ୍କାରେ ବାଇକ ଚାଳକ ମୃତ । ରାୟଗଡ଼ା ଜିଲ୍ଲା ବିଷମକଟକ ଥାନା ଚାଞ୍ଚଡ଼ାଗୁଡ଼ା ଗାଁରେ ନିକଟରେ ଘଟିଛି ଦୁର୍ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଖବର ଅନୁଯାୟୀ, ସୋମବାର ରାତିରେ ବାଇକ ଆରୋହୀ ନିଜ ବାଇକ ଯୋଗେ ମୁନିଗୁଡ଼ା ଅଭିମୁଖେ ଯାଉଥିଲେ । ଏହି ସମୟରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା । ଯାହାଫଳରେ ଘଟଣାସ୍ଥଳରେ ହିଁ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଥିଲା । ତେବେ ମୃତ ବ୍ୟକ୍ତିଙ୍କ କୌଣସି ପରିଚୟ ମିଳିନଥିବା ବେଳେ ସ୍ଥାନୀୟ ବିଷମ କଟକ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ମୃତଦେହକୁ ଜବତ କରି ବିଷମକଟକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଛି ପୋଲିସ ।
Related Posts
ଗେଟ୍ ଖୋଲିଲେନି ଘର ମାଲିକ, ରାତିଅଧରେ ହଟହଟା ହେଲେ ମଡେଲ
26 March 2023
ଓଭରଲୋଡିଂ ହେଲା କାଳ, ବାଲି ଗାଡିଠୁ ଆଦାୟ ହେଲା ଲକ୍ଷେ ଫାଇନ୍
26 March 2023
ସହର ଭିତରେ ପଶିଲେ ୧୨ ଟିକିଆ ହାତୀପଲ, ଲୋକେ ଭୟଭୀତ
26 March 2023