ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର

Published By : Prameya-News7 Bureau | October 06, 2022 IST

ରାୟଗଡ଼ା ୦୬।୧୦ : ରାୟଗଡ଼ା ଗୁମ୍ମା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ଦୁଇ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ରାୟଗଡ଼ାରୁ କୋରାପୁଟ ଯିବା ସମୟରେ ଅଧାରାସ୍ତାରେ ଏକ ବାଇକ ଏବଂ ବୋଲେରୋ ମଧ୍ୟରେ ଧକ୍କା ହୋଇଥିଲା । ଯାହାଫଳରେ ଘଟଣାସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ମୃତକ ସ୍ୱାମୀ ହୋଇଥିବା ବେଳେ ସ୍ତ୍ରୀ ଓ ପୁଅ ଗୁରୁତର ଅଛନ୍ତି । ସେମାନଙ୍କୁ ତୁରନ୍ତ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଏବେ ଯାଏଁ ସେମାନଙ୍କ ପରିଚୟ ସ୍ପଷ୍ଟ ଭାବେ ମିଳିନାହିଁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.