ଟ୍ରେନ୍‌ ଧକ୍କାରେ ଯୁବକ ମୃତ, ପରିଚୟ ଖୋଜୁଛି ପୋଲିସ

Published By : Prameya-News7 Bureau | November 09, 2022 IST

ସୁନ୍ଦରଗଡ଼ ୦୯।୧୧:  ସୁନ୍ଦରଗଡ଼ ରାଜଗାଙ୍ଗପୁର ରେଳ ଫାଟକ ନିକଟରେ ଅଘଟଣ । ଟ୍ରେନ୍‌ରେ କଟି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ ।

ଖବର ଅନୁଯାୟୀ, ବୁଧବାର ରାଜଗାଙ୍ଗପୁର ରେଳ ଫାଟକ ନିକଟରେ ଦିନ ପ୍ରାୟ ୧୧ଟା ସମୟରେ ରାଜଗାଙ୍ଗପୁରରୁ ରାଉଲକେଲା ଯାଉଥିଲା ଏକ ମାଲ୍‌ ଗାଡି । ଏହି ସମୟରେ ଟ୍ରେନ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ପରିଚୟ ମିଳିନଥିବା ବେଳେ ବୟସ ପ୍ରାୟ ୨୫ ବର୍ଷ ହୋଇଥିବା ଅନୁମାନ କରାଯାଉଛି ।  ଘଟଣାସ୍ଥଳରେ ରେଳବାଇ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.