ମର୍ମନ୍ତୁଦ ଦୁର୍ଘଟଣା : ବାଇକ୍ ଚାଳକଙ୍କ ଉପରେ ମାଡିଗଲା ଟ୍ରକ୍, ଚକ ତଳେ ପଡି ଚାଲିଗଲା ଜୀବନ

Published By : Prameya-News7 Bureau | December 23, 2021 IST

ଚୌଦ୍ବାର ୨୩।୧୨: କଟକ ଚୌଦ୍ବାର ମଙ୍ଗୁଳି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, କଟକ ଚୌଦ୍ବାର ମଙ୍ଗୁଳି ଛକରେ ଥିବା ହୋଟେଲ ଶକ୍ତି ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବାଇକ୍ ଚାଳକଙ୍କ ଉପରେ ଚଢିଗଲା ଟ୍ରକ୍ ଚକା । ଦୁର୍ଘଟଣା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡିଛି । ଗୁରୁତରଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.