Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ଦୁଇ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇ ଜଣଙ୍କ ଉପରେ ଚଢିଗଲା ଟ୍ରକ୍ : ଜଣେ ମୃତ, ଜଣେ ଗୁରୁତର

10/03/2023 at 12:12 PM

ଚଣ୍ଡିଖୋଲ ୧୦।୩: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି ।  ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଚଣ୍ଡିଖୋଲ ଛକ ନିକଟରେ ଘଟିଛି ଦୁର୍ଘଟଣା ।

ସୂଚନାଯୋଗ୍ୟ ଯେ, କୁଆଖିଆ ଅଂଚଳରୁ ବାଇକ୍ ଆରୋହୀ କଟକ ଅଭିମୁଖେ ଯାଉଥିବା ବେଳେ ଚଣ୍ଡିଖୋଲ ଛକ ନିକଟରେ ପଛପଟୁ ଆସୁଥିବା ଏକ ଟ୍ରକ୍ ଧକ୍କା ଦେଇଥିଲା । ବାଇକରୁ ଦୁଇ ଜଣ ରାସ୍ତାରେ ଛିଟିକି ପଡ଼ିଥିବା ବେଳେ ଟ୍ରକଟି ଜଣଙ୍କ ଉପରେ ଚଢି ଯାଇଥିଲା । ଫଳରେ ଘଟଣାସ୍ଥଳରେ ବାଇକରେ ଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ ମାନସ ସାହୁ କୁଆଖିଆ ମିର୍ଜାପୁର ଅଞ୍ଚଳର ବୋଲି ଜଣା ପଡିଛି । ଘଟଣାସ୍ଥଳରେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ପହଞ୍ଚି ଗୁରୁତର ବାଇକ୍ ଆରୋହୀଙ୍କୁ ବଡ଼ଚଣା ମେଡିକାଲରେ ଭର୍ତି କରିଥିବା ବେଳେ ଘଟଣାସ୍ଥଳରୁ ଦୁର୍ଘଟଣା ଘଟାଇ ଥିବା ଟ୍ରକଟି ଫେରାର ହୋଇଯାଇ ଥିବା ବେଳେ ଚଣ୍ଡିଖୋଲ ଫାଣ୍ଡି ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି ।

   Related Posts