Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେଲା ବାଇକ୍ : ଜଣେ ମୃତ, ଜଣେ ଗୁରୁତର

11/06/2022 at 11:51 AM

ନିଶ୍ଚିନ୍ତକୋଇଲି ୧୧।୬: କଟକ ଜିଲ୍ଲା ନେମାଳ ଥାନା ନରେନ୍ଦ୍ରପୁର ଫାଣ୍ଡି ଅନ୍ତର୍ଗତ ନାହାଳପୁର ତାରିଣୀ ଗଡା ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ।  ବାଇକ୍‌ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, କଟକ ଜିଲ୍ଲା ନେମାଳ ଥାନା ନାହାଳପୁର ତାରିଣୀ ଗଡା ଛକ ନିକଟରେ ଘଟିଛି ଦୁର୍ଘଟଣା । ଦୁଇ ଯୁବକ ବରଯାତ୍ରୀ ଯାଇ ବାଇକରେ ଘରକୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛନ୍ତି । ଶନିବାର ଭୋର ପ୍ରାୟ ୪ଟା ବେଳେ ନିଶ୍ଚିନ୍ତକୋଇଲି ଥାନା ସାଧକ ନଗରରୁ ଦୁଇ ଜଣ ଯୁବକ  ଭାରସାମ୍ୟ ହରାଇ ବାଇକ୍‌ଟି ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ସାଧକ ନଗରର ମନୋଜ ସାହୁ । ଗୁରୁତର ଅଶୋକ ସାହୁଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

   Related Posts