ବିଷାକ୍ତ ଛତୁ ଖାଇ ଜଣେ ମୃତ, ୩ ଗୁରୁତର

Published By : Prameya-News7 Bureau | March 15, 2020 IST

ସମ୍ବଲପୁର ୧୫।୩: ଛତୁ ହେଲା ବିଷାକ୍ତ । ଛତୁ ଖାଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଥିବା ଜଣାପଡିଛି । ଦୁଇ ଗୁରୁତରଙ୍କୁ ସମ୍ବଲପୁର ଏବଂ ଜଣଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ସମ୍ବଲପୁର ଜିଲ୍ଲା କିସିଣ୍ଡା ଥାନା ହିରାଲୋଇ ଗାଁରେ ଘଟିଛି ଅଘଟଣ । ବିଷାକ୍ତ ଛତୁ ଖାଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଥିବା ଜଣାପଡିଛି । ମୃତକ ଓ ଗୁରୁତର ହିରାଲୋଇ ଗାଁର ୨ଟି ପରିବାରର ବୋଲି ଜଣାପଡିଛି । ଦୁଇ ଜଣଙ୍କୁ ଚିକିତ୍ସା ପାଇଁ ସମ୍ବଲପୁର ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟଜଣଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.